ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ନିଲମ୍ବିତ

ଭୁବନେଶ୍ୱର,୨୧ା୭: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍‌ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍‌ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍‌ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି। ରବିବାର ରାତି ୮ଟା ୩୦ରେ ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରିବା ସହ ଉଦିତଙ୍କୁ ଉଠାଇ ଆଣିଥିଲା। ତେବେ ଘଟଣା ଦିନ ହୋଟେଲରେ ଉପସ୍ଥିତ ଥିବା ଅନ୍ୟମାନଙ୍କୁ ମଧ୍ୟ ମାମଲାର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

ଏଣିକି ଅଣ୍ଡା ଉପରେ ଏବେ ଲାଗିବ ଏକ୍ସପାଏରୀ ଡେଟ୍‌, ସରକାର ଆଣୁଛନ୍ତି ନୂଆ ନିୟମ

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଯାହା ଦ୍ୱାରା ଅଣ୍ଡା ଉତ୍ପାଦକମାନେ ୧ ଏପ୍ରିଲରୁ ପ୍ରତ୍ୟେକ ଅଣ୍ଡାରେ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri