ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ନିଲମ୍ବିତ

ଭୁବନେଶ୍ୱର,୨୧ା୭: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍‌ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍‌ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍‌ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି। ରବିବାର ରାତି ୮ଟା ୩୦ରେ ଅଭିଯୋଗ ପାଇ ପୋଲିସ ମାମଲା ରୁଜୁ କରିବା ସହ ଉଦିତଙ୍କୁ ଉଠାଇ ଆଣିଥିଲା। ତେବେ ଘଟଣା ଦିନ ହୋଟେଲରେ ଉପସ୍ଥିତ ଥିବା ଅନ୍ୟମାନଙ୍କୁ ମଧ୍ୟ ମାମଲାର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri