ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ।
ସେ କହିଛନ୍ତି ବିଜେଡି ଘର ଖାଲି ହୋଇଯିବ। ବହୁ ବିଜେଡି ବିଧାୟକ ଓ ନେତା ଭାଜପା ସମ୍ପର୍କରେ ଅଛନ୍ତି। ଆମେ ସରକାରରେ ଅଛୁ, ଆମ ନେତା କାହିଁକି ବିଜେଡି ସମ୍ପର୍କରେ ରହିବେ। ଆମ ଦଳ ଯୁବକ, ବିଜେଡି ହେଲା ବୃଦ୍ଧ। ବୃଦ୍ଧ ବସିବ, ଯୁବକ ଦୌଡ଼ିବ।

ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ତାଙ୍କୁ ଖୋଲା ଚ୍ୟାଲେଞ୍ଜ କରିଥିଲେ। ବଦ୍ରି କହିଥିଲେ, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା ମୁହଁରେ ହାତ ଦେଇ ହେବ କି? ବିଜେଡି ବଡ଼ ଆଞ୍ଚଳିକ ଦଳ, ଏ ଭାଡ଼ି ଖାଲି କରିବାର ତାକତ ଅଛି କି ବୋଲି ବଦ୍ରି ମନମୋହନଙ୍କୁ ପ୍ରଶ୍ନ କରିଥିଲେ।

ମନମୋହନ କହିଥିଲେ, ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ।

ସେ କହିଥିଲେ, ‘ବିଜେଡିର ଅନେକ ନେତା ଭାଜପାରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭାଜପାରେ ମିଶିଲେ, ୨ ରାଜ୍ୟ ସଭା ଏମ୍‌ପି ମଧ୍ୟ ଭାଜପାରେ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭାଜପାରେ ମିଶିବାକୁ ନିବେଦନ କରୁଛନ୍ତି। ତେବେ ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ”।

ନିକଟରେ ରାଜ୍ୟ ସଭା ଏମ୍‌ପି ମମତା ମହାନ୍ତ, ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ସହ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ମମତା ଭାଜପା ପକ୍ଷରୁ ପୁନର୍ବାର ରାଜ୍ୟ ସଭା ଯାଇ ସାରିଥିବା ବେଳେ ଆଗକୁ ସୁଜିତଙ୍କୁ ମଧ୍ୟ ପାର୍ଟି ସମାନ ଉପହାର ଦେଇପାରେ।

ଦୀର୍ଘ ୨୫ ବର୍ଷ ଶାସନରେ ରହିବା ପରେ ବିଜୁ ଜନତା ଦଳ(ବିଜେଡି) ପ୍ରଥମଥର ପାଇଁ କ୍ଷମତାଚ୍ୟୁତ ହୋଇଛି। ନିର୍ବାଚନ ସମୟରେ ଅନେକ ନେତା ଟିକେଟ ନ ପାଇ ଦଳଛାଡି ଭାଜପାରେ ମିଶିଥିଲେ। ଏଥିରେ ସମୀର ଦାଶଙ୍କ ପରି ବହୁ ବରିଷ୍ଠ ନେତା ଥିଲେ। ତେବେ ନିର୍ବାଚନରେ ପରାଜୟ ପରେ ଦଳ ଭିତରେ ଅନ୍ତଃକନ୍ଦଳ ବଢୁଥିବା ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଭାଜପା ମୁଖ୍ୟ ମନମୋହନଙ୍କ ଏପରି ବୟାନ ରାଜ୍ୟ ରାଜନୀତିରେ ହଲ୍‌ଚଲ୍‌ ସୃଷ୍ଟି କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri