ଉଦ୍ୟୋଗୀଙ୍କୁ ଉତ୍ସାହିତ କରିବ ‘ଉଦ୍ୟୋଗିନୀ’

ଭୁବନେଶ୍ୱର,୬।୧: ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍‌ ଦ୍ୱାରା ପରିଚାଳିତ ଶୁଭଲକ୍ଷ୍ମୀ ମହିଳା ସମବାୟ ସମିତି ପକ୍ଷରୁ ନିକଟରେ ଏକ ନୂତନ ପ୍ରକଳ୍ପ ‘ଉଦ୍ୟୋଗିନୀ’ ଶୁଭାରମ୍ଭ କରାଯାଇଛି। ଏପରିକି ୪,୧୦୦ ମହିଳା ସଦସ୍ୟାଙ୍କୁ ନେଇ ଉକ୍ତ ମହିଳା ସମବାୟ ସମିତି ପରିଚାଳିତ ହେଉଛି। ବିଶେଷକରି ବେଦାନ୍ତ ଗୋଷ୍ଠୀ ବିକାଶ ପଦକ୍ଷେପର ଏହା ଏକ ବଳିଷ୍ଠ ପଦକ୍ଷେପ ବୋଲି କୁହାଯାଉଛି। ଉକ୍ତ ସମିତି ମହିଳା ସଶକ୍ତୀକରଣ ଦିଗରେ ଅନେକ କିଛି କାର୍ଯ୍ୟ କରୁଛି, ବହୁ ମହିଳା ମାଇକ୍ରୋ ଫାଇନାନ୍ସ, ଦକ୍ଷତା ବିକାଶ, ଆର୍ଥିକ ସାକ୍ଷରତା ଓ ସ୍ଥାୟୀ ଜୀବିକା ପନ୍ଥାକୁ ଆପଣାଇ ସମାଜରେ ନିଜକୁ ପ୍ରତିଷ୍ଠିତ କରାଇପାରିଛନ୍ତି। ଅପରପକ୍ଷରେ ଉକ୍ତ ପ୍ରକଳ୍ପ ଅଧୀନରେ ସମବାୟ ସମିତି ସଦସ୍ୟାଙ୍କ ସଂଖ୍ୟାକୁ ୧୦,୦୦୦କୁ ବୃଦ୍ଧି କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ସେହିଭଳି ଏହାର ପରିଚାଳନା ବିଭାଗରେ ୧୫ଜଣ ନବ ନିର୍ବାଚିତ କର୍ମକର୍ତ୍ତା ଓ ଅନ୍ୟ ସଦସ୍ୟାଙ୍କ ପାଇଁ ଏକ ୨ଦିନିଆ କାର୍ଯ୍ୟକ୍ରମ ସହ ପ୍ରକଳ୍ପର ଶୁଭାରମ୍ଭ ହୋଇଥିଲା। ଏଥିରେ ଉଦ୍ୟୋଗୀ ନୀତି, ଜେନେସିସ୍‌, ଆର୍ଥିକ ପୋର୍ଟଫୋଲିଓ ଇତ୍ୟାଦି ବିଷୟରେ ଅଂଶଗ୍ରହଣକାରୀମାନେ ଆଲୋଚନା କରିଥିଲେ। ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌(ଝାରସୁଗୁଡ଼ା)ର ସିଇଓ ଗୁପ୍ତା କହିଛନ୍ତି, ଶୁଭଲକ୍ଷ୍ମୀ ସମବାୟ ସମିତି ଗ୍ରାମୀଣ ମହିଳାମାନଙ୍କ ପ୍ରକୃତ ସାମାଜିକ ଓ ଅର୍ଥନୈତିକ ସଶକ୍ତୀକରଣ ଦିଗରେ ମୁଖ୍ୟ ଭୂମିକା ଗ୍ରହଣ କରୁଛି। ଏପରିକି ଆମେ ସେମାନଙ୍କ ଆକାଂକ୍ଷାକୁ ଅନୁସରଣ କରିବାକୁ ପ୍ରୟାସ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?