Posted inଜାତୀୟ

ତୈଳ, ସିଏନଜି ଦର ବୃଦ୍ଧି ପ୍ରତିବାଦରେ ଅଟୋ,ଟ୍ୟାକ୍ସି, ମିନି ବସ ଡ୍ରାଇଭରଙ୍କ ଦୁଇ ଦିନିଆ ଧର୍ମଘଟ, ବନ୍ଦ ରହିବ ୧୦୦୦୦ ଆରଟିଭି ବସ

ନୂଆଦିଲ୍ଲୀ,୧୮ ।୪: ରାଜଧାନୀ ଦିଲ୍ଲୀରେ ଅଟୋ, ଟ୍ୟାକ୍ସି ଓ ମିନିବସ ଡ୍ରାଇଭରଙ୍କ ବିଭିନ୍ନ ସଙ୍ଗଠନ ସୋମବାରଠାରୁ ଧର୍ମଘଟ କରିବେ ବୋଲି ଘୋଷଣା କରିଛନ୍ତି । ଏହାଦ୍ୱାରା ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ବିଭିନ୍ନ ୟୁନିୟନ ପକ୍ଷରୁ ଭଡା ବୃଦ୍ଧି ଓ ସିଏନଜିର ଦାମ କମ୍ କରିବାକୁ ଦାବି କରିଛନ୍ତି । ଭାରତୀୟ ମଜଦୁର ସଙ୍ଗଠନର ଏକ ୟୁନିଟ ଦିଲ୍ଲୀ ଅଟୋ ଏବଂ ଟ୍ୟାକ୍ସି ଆସୋସିଏଶନ ଏପ୍ରିଲ ୧୮ ଓ ୧୯ରେ ରାଜଧାନୀରେ ଧର୍ମଘଟ ଘୋଷଣା କରିଛନ୍ତି । ଦିଲ୍ଲୀ ସରକାରଙ୍କ ଦ୍ୱାରା ସମୟ ଅନୁଯାୟୀ, ଭଡା ସଂଶୋଧନ ଉପରେ ବିଚାର କରାଯିବାକୁ ସମିତି ଗଠନ ହୋଇଥିବା ଘୋଷଣା କରାଯିବା ପରେ ବି ସଙ୍ଗଠନ ଧର୍ମଘଟ ପାଇଁ ନିଷ୍ପତ୍ତି ନେଇଛି । ସୂଚନାଯୋଗ୍ୟ, ସହରରେ ୯୦,୦୦୦ରୁ ଅଧିକ ଅଟୋ ଓ ୮୦,୦୦୦ରୁ ଅଧିକ ପଞ୍ଜିକୃତ ଟ୍ୟାକ୍ସି ଚାଲୁଛି । ଅନ୍ୟପଟେ ଏସଟିଏ ଅପରେଟର୍ସ ଏକତା ମଞ୍ଚର ମହାସଚିବ ଶ୍ୟାମପାଲ ଗୋଲା କହିଛନ୍ତି ଭଡା ବୃଦ୍ଧି ଓ ସିଲଏନଜି ଦାମ କମ ଦାବିକୁ ସମର୍ଥନ ଜଣାଇ ପାଖାପାଖି ୧୦,୦୦୦ଆରଟିଭି ବସ୍ ବନ୍ଦ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri