ଆଜିଠୁ ୟୁଜି, ପିଜି ପ୍ରଥମବର୍ଷ ପାଠପଢ଼ା

ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷ ପାଠପଢ଼ା ସୋମବାରଠାରୁ ଆରମ୍ଭ ହେବ। ଏପଟେ ଉଭୟ ପାଠ୍ୟକ୍ରମରେ ଏବେ ବି ନାମଲେଖା ଜାରି ରହିଛି। ତୃତୀୟ ରାଉଣ୍ଡ ନାମଲେଖା ପରେ ବି ରାଜ୍ୟରେ ଲକ୍ଷେରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ରାଜ୍ୟର ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍‌ ଥିବାବେଳେ ୧,୨୭,୦୯୧ଜଣ ନାମ ଲେଖାଇଛନ୍ତି। ଆଉ ୧,୪୩,୦୭୨ଟି ସିଟ୍‌ ବଳକା ପଡ଼ିଛି। ଏଥିମଧ୍ୟରୁ କଳାରେ ୬୮,୪୧୭, ପଦାର୍ଥ ବିଜ୍ଞାନରେ ୩୦,୬୨୨, ଜୈବ ବିଜ୍ଞାନରେ ୧୬,୮୫୯, ବାଣିଜ୍ୟରେ ୨୦,୦୪୧, ସେଲ୍‌ଫ ଫାଇନାନ୍ସିଂରେ ୧,୨୫୩ ଏବଂ ସଂସ୍କୃତରେ ୫,୮୮୦ ସିଟ୍‌ ଖାଲି ପଡ଼ିଛି। ତେଣୁ ଆସନ୍ତା ୨୪ ତାରିଖରେ ୪ର୍ଥ ରାଉଣ୍ଡ୍‌ ପ୍ରୋଭିଜନାଲ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୫ ତାରିଖ ସକାଳ ୯ଟାରୁ ୨୮ ତାରିଖ ସନ୍ଧ୍ୟା ୭ଟା ମଧ୍ୟରେ (ଛୁଟିଦିନକୁ ବାଦ୍‌ ଦେଇ) ନାମ ଲେଖାଇବେ।
ସେହିପରି ପିଜି ପାଠ୍ୟକ୍ରମରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସରିଥିବାବେଳେ ୨୨ ତାରିଖ ଅପରାହ୍ନ ୨ଟାରେ ତୃତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ୨୩ ତାରିଖ ସକାଳ ୯ଟାରୁ ୨୫ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଯିବ। ୩୧ ତାରିଖ ଅପରାହ୍ନ ୨ଟାରେ ୪ର୍ଥ ରାଉଣ୍ଡ୍‌ ନିମନ୍ତେ ପ୍ରୋଭିଜନାଲ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ ଓ ସେପ୍ଟେମ୍ବର ୧ ସକାଳ ୯ଟାରୁ ୪ ତାରିଖ ସନ୍ଧ୍ୟା ୫ଟା ଭିତରେ ନାମ ଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri