ଆଜିଠୁ ୟୁଜି, ପିଜି ପ୍ରଥମବର୍ଷ ପାଠପଢ଼ା

ଭୁବନେଶ୍ୱର, ୨୧ା୮(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷ ନିମନ୍ତେ ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷ ପାଠପଢ଼ା ସୋମବାରଠାରୁ ଆରମ୍ଭ ହେବ। ଏପଟେ ଉଭୟ ପାଠ୍ୟକ୍ରମରେ ଏବେ ବି ନାମଲେଖା ଜାରି ରହିଛି। ତୃତୀୟ ରାଉଣ୍ଡ ନାମଲେଖା ପରେ ବି ରାଜ୍ୟରେ ଲକ୍ଷେରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ରାଜ୍ୟର ମୋଟ ୧,୦୪୦ ଡିଗ୍ରୀ କଲେଜରେ ୨,୭୦,୧୬୩ ସିଟ୍‌ ଥିବାବେଳେ ୧,୨୭,୦୯୧ଜଣ ନାମ ଲେଖାଇଛନ୍ତି। ଆଉ ୧,୪୩,୦୭୨ଟି ସିଟ୍‌ ବଳକା ପଡ଼ିଛି। ଏଥିମଧ୍ୟରୁ କଳାରେ ୬୮,୪୧୭, ପଦାର୍ଥ ବିଜ୍ଞାନରେ ୩୦,୬୨୨, ଜୈବ ବିଜ୍ଞାନରେ ୧୬,୮୫୯, ବାଣିଜ୍ୟରେ ୨୦,୦୪୧, ସେଲ୍‌ଫ ଫାଇନାନ୍ସିଂରେ ୧,୨୫୩ ଏବଂ ସଂସ୍କୃତରେ ୫,୮୮୦ ସିଟ୍‌ ଖାଲି ପଡ଼ିଛି। ତେଣୁ ଆସନ୍ତା ୨୪ ତାରିଖରେ ୪ର୍ଥ ରାଉଣ୍ଡ୍‌ ପ୍ରୋଭିଜନାଲ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୫ ତାରିଖ ସକାଳ ୯ଟାରୁ ୨୮ ତାରିଖ ସନ୍ଧ୍ୟା ୭ଟା ମଧ୍ୟରେ (ଛୁଟିଦିନକୁ ବାଦ୍‌ ଦେଇ) ନାମ ଲେଖାଇବେ।
ସେହିପରି ପିଜି ପାଠ୍ୟକ୍ରମରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସରିଥିବାବେଳେ ୨୨ ତାରିଖ ଅପରାହ୍ନ ୨ଟାରେ ତୃତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ୨୩ ତାରିଖ ସକାଳ ୯ଟାରୁ ୨୫ତାରିଖ ଅପରାହ୍ନ ୫ଟା ଭିତରେ ନାମ ଲେଖାଯିବ। ୩୧ ତାରିଖ ଅପରାହ୍ନ ୨ଟାରେ ୪ର୍ଥ ରାଉଣ୍ଡ୍‌ ନିମନ୍ତେ ପ୍ରୋଭିଜନାଲ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ ଓ ସେପ୍ଟେମ୍ବର ୧ ସକାଳ ୯ଟାରୁ ୪ ତାରିଖ ସନ୍ଧ୍ୟା ୫ଟା ଭିତରେ ନାମ ଲେଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri