୨୦ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଜି, ପିଜି ପରୀକ୍ଷା

ଭୁବନେଶ୍ୱର,୪ା୯(ବ୍ୟୁରୋ): ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୦ ମଧ୍ୟରେ ସରିବ। ଏନେଇ ୟୁଜିସି ଅନୁମତି ମିଳିବା ପରେ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସମସ୍ତ ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିବା ସହ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏସବୁ ପରୀକ୍ଷାର ସୁପରିଚାଳନା ପାଇଁ ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି ଯେ, ପ୍ରାୟ ୨ଲକ୍ଷ ଛାତ୍ରୀଛାତ୍ର ୟୁଜି ଓ ପିଜି ପରୀକ୍ଷା ଦେବେ। ପରୀକ୍ଷା ସମୟରେ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ କୋଭିଡ୍‌ ମହାମାରୀର ସମସ୍ତ ନିରାପତ୍ତା ପ୍ରୋଟୋକଲ୍‌କୁ ପାଳନ କରିବେ। ଏଥିସହ ପରୀକ୍ଷା ଦିନଗୁଡ଼ିକରେ ଛାତ୍ରୀଛାତ୍ର ଓ କଲେଜ କର୍ମଚାରୀଙ୍କ ଯାତାୟାତରେ କିଛି ବି ସମସ୍ୟା ନ ହେବ ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି। ଏଥିପାଇଁ ପୋଲିସ ଓ ଅନ୍ୟମାନଙ୍କୁ ନିର୍ଦ୍ଦେଶ ଦେବା ଲାଗି ସଚିବ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ ବିନା ପରୀକ୍ଷାରେ କୌଣସି ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ କରିପାରିବେ ନାହିଁ ଓ ସେପ୍ଟେମ୍ବର ୩୦ ସୁଦ୍ଧା ପରୀକ୍ଷା ଶେଷ କରିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଚାହିଁଲେ ୟୁଜିସିକୁ ଅନୁରୋଧ କରି ଅଧିକ ସମୟ ନେଇ ପାରିବେ ବୋଲି ସର୍ବୋଚ୍ଚ କୋର୍ଟ ତାଙ୍କ ରାୟରେ କହିଥିଲେ। ସେହି ଆଧାରରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ପରୀକ୍ଷା ସମୟସୀମା ଘୁଞ୍ଚାଇବା ପାଇଁ ବୁଧବାର ୟୁଜିସିକୁ ଚିଠି ଲେଖିଥିଲେ। ସେପ୍ଟେମ୍ବର ୩୦ ପରିବର୍ତ୍ତେ ଅକ୍ଟୋବର ୧୦ ପର୍ଯ୍ୟନ୍ତ ପରୀକ୍ଷା ସମୟସୀମା ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri