Posted inଖେଳ

୫ ହଜାର ମିଟର ଦୌଡ଼ରେ ନୂଆ ବିଶ୍ୱ ରେକର୍ଡ କଲେ ଜୋଶୁଆ

ପ୍ୟାରିସ, ୧୭।୮: ବିଶ୍ୱ ଚାମ୍ପିୟନ ଧାବକ ଉଗାଣ୍ଡାର ଜୋଶୁଆ ଚେପ୍‌ଟେଗି ୫ ହଜାର ମିଟର ଦୌଡ଼ରେ ନୂଆ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ମୋନାକୋରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ ଅବସରରେ ଜୋଶୁଆ ଏହି ନୂତନ ରେକର୍ଡ ପ୍ରତିଷ୍ଠା କରିବା ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୫ ହଜାର ମିଟର ଦୂରତାକୁ ସେ ୧୨ ମିନିଟ୍‌ ୩୫:୩୬ ସେକେଣ୍ଡରେ ଫିନିଶ୍‌ କରିଥିଲେ। ଏଥିସହ ୫ ହଜାର ମିଟର ଦୌଡ଼ରେ ରହିଥିବା ୧୬ ବର୍ଷର ପୁରୁଣା ରେକର୍ଡକୁ ଭାଙ୍ଗିଛନ୍ତି ଜୋଶୁଆ। ୨୦୦୪ରେ ଇଥିଓପିଆର ଟ୍ରାକ୍‌ ଲିଜେଣ୍ଡ କେନେନସିଆ ବେକେଲ ୫୦୦୦ ମିଟର ରେସ୍‌କୁ ୧୨ ମିନିଟ୍‌ ୩୭:୩୫ ସେକେଣ୍ଡରେ ଫିନିଶ୍‌ କରି ବିଶ୍ୱରେକର୍ଡ କରିଥିଲେ। ବେକେଲଙ୍କ ନାମରେ କିନ୍ତୁ ୧୦ ହଜାର ମିଟର ବିଶ୍ୱ ରେକର୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri