ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା

କଟକ ଅଫିସ,୧୩ା୧୦: ସ୍ଥାନୀୟ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି। ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍‌) ଅନୁଯାୟୀ, ୟୁନିଭର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁଯାୟୀ, ଏହି ବିଶ୍ବବିଦ୍ୟାଳୟ ଖୁବ୍‌ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। ଜାତୀୟ ଶିକ୍ଷା ନୀତି ଅନୁସାରେ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଏନେଇ ଟୁଇଟ୍‌ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ସୂଚନା ଦେଇଛନ୍ତି।