ୟୁଜିସି-ଏନ୍‌ଇଟି ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍‌ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଅବଧିକୁ ଆଉ ୫ଦିନ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି। ଆବେଦନର ଶେଷ ଦିନ ୧୦ ତାରିଖ ରହିଥିଲା। କିନ୍ତୁ ବିଭିନ୍ନ ସ୍ଥାନରୁ ଛାତ୍ର ପ୍ରତିନିଧିମାନେ ଆବେଦନ ତାରିଖ ବଢ଼ାଇବା ପାଇଁ ଅନୁରୋଧ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ଅନ୍‌ଲାଇନ ଆବେଦନକୁ ୧୫ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ୧୫ ତାରିଖ ରାତି ୧୧ଟା ୫୯ଟା ସୁଦ୍ଧା ଛାତ୍ରୀଛାତ୍ର ଆବେଦନ କରିପାରିବେ। ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଫି’ ଦାଖଲ କରିପାରିବେ। ଆବେଦନ ପତ୍ରରେ ତ୍ରୁଟି ଥିଲେ ୧୮ରୁ ୨୦ତାରିଖ ମଧ୍ୟରେ ସେଥିରେ ସଂଶୋଧନ କରିପାରିବେ। ଜୁନ୍‌ ୧୮ରେ ପରୀକ୍ଷା ଅନୁଷ୍ଠିତ ହେବ। ଏନ୍‌ଇଟିରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ର ଜୁନିଅର ରିସର୍ଚ୍ଚ ଫେଲୋସିପ୍‌(ଜେଆର୍‌ଏଫ୍‌) ପାଇବାକୁ ଯୋଗ୍ୟ ବିବେଚିତ ହେବେ। ଏହାସହ ପ୍ରଥମଥର ପାଇଁ ଏନ୍‌ଇଟି ପରୀକ୍ଷା ମାଧ୍ୟମରେ ସମୁଦାୟ ୮୩ଟି ବିଷୟରେ ପିଏଚ୍‌ଡି ପଢ଼ିବାକୁ ଛାତ୍ରୀଛାତ୍ରମାନେ ସୁଯୋଗ ପାଇବେ। ପୂର୍ବରୁ ଏହି ପରୀକ୍ଷା ଅନ୍‌ଲାଇନ୍‌ରେ କରାଯାଉଥିବାବେଳେ ଚଳିତଥର ଏହା ଅଫ୍‌ଲାଇନ୍‌ରେ ହେବ ବୋଲି ଏନ୍‌ଟିଏ ପକ୍ଷରୁ ପୂର୍ବରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri