୮ରୁ ୟୁଜିସି ଏନ୍‌ଇଟି ପରୀକ୍ଷା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି ଏନ୍‌ଇଟି ପରୀକ୍ଷା ସଂକ୍ରାନ୍ତରେ ରବିବାର ଘୋଷଣା କରାଯାଇଛି। ଡିସେମ୍ବର ୨୦୨୧ରେ ହେବାକୁ ଥିବା ୟୁଜିସି ଏନ୍‌ଇଟି ପରୀକ୍ଷା ଜୁଲାଇ ୮, ୯, ୧୧ ଓ ୧୨ରେ ଅନୁଷ୍ଠିତ ହେବ। ସେହିଭଳି ଜୁନ୍‌ ୨୦୨୨ ପରୀକ୍ଷା ଅଗଷ୍ଟ ୧୨, ୧୩ ଓ ୧୪ରେ କରାଯିବ ବୋଲି ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷା ସମ୍ପର୍କିତ ପ୍ରତିଟି ଅପଡେଟ୍‌ ଜାଣିବା ପାଇଁ ପରୀକ୍ଷାର୍ଥୀମାନେ ନିୟମିତ ଏନ୍‌ଟିଏ ୱେବସାଇଟ୍‌ www.nta.ac.in କିମ୍ବା ugcnet.nta.nicକୁ ଯାଇ ଯାଞ୍ଚ କରିବାକୁ ପରାମର୍ଶ ଦିଆଯାଇଛି। ଏହାସହ ପରୀକ୍ଷାକୁ ନେଇ କୌଣସି ପ୍ରକାରର ଦ୍ୱନ୍ଦ୍ୱ ଥିଲେ ଛାତ୍ରୀଛାତ୍ରମାନେ ହେଲ୍ପଡେସ୍କ ନଂ.୦୧୧ ୪୦୭୫୯୦୦୦କୁ ଯୋଗାଯୋଗ କରିପାରିବେ। ଏହା ବ୍ୟତୀତ ugcnet@nta.ac.inକୁ ମେଲ୍‌ ମାଧ୍ୟମରେ ନିଜ ଦ୍ୱନ୍ଦ୍ୱ ବିଷୟରେ ପଚାରି ବୁଝିପାରିବେ। ୟୁଜିସି ଅଧ୍ୟକ୍ଷ ପ୍ରଫେସର ଏମ୍‌ ଜଗଦୀଶ କୁମାର ଟୁଇଟ୍‌ କରି ଏହି ସୂଚନା ଦେବା ସହ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା ନିମନ୍ତେ ଶୁଭକାମନା ଜଣାଇଛନ୍ତି।
ବର୍ଷକୁ କେବଳ ଦୁଇଥର ହିଁ ୟୁଜିସି ଏନ୍‌ଇଟି ପରୀକ୍ଷା କରାଯାଏ। କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ଗତ ଡିସେମ୍ବର ୨୦୨୧ରେ ହେବାକୁ ଥିବା ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ସେହିଭଳି ୟୁଜିସି ଏନ୍‌ଇଟି ୨୦୨୨ ପାଇଁ ଆବେଦନ ସମୟ ସୀମା ମେ’ ୨୦ ତାରିଖ ରହିଥିଲା। ୟୁଜିସି ଏନ୍‌ଇଟି ଡିସେମ୍ବର ୨୦୨୧ ପାଇଁ ଜୁନ୍‌ ୨୦୨୨ ପରୀକ୍ଷାରେ ମଧ୍ୟ ବିଳମ୍ବ ହୋଇଛି। ପରୀକ୍ଷା ସୁରୁଖୁରୁରେ କରିବା ଉଦ୍ଦେଶ୍ୟରେ ଉଭୟ ପରୀକ୍ଷାକୁ ଏକ ସମୟରେ କରିବା ପାଇଁ ଏନ୍‌ଟିଏ ପୂର୍ବରୁ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri