Posted inଜାତୀୟ

ଖୁବ୍‌ଶୀଘ୍ର ପ୍ରକାଶ ପାଇବ UGC-NET ନୂଆ ପରୀକ୍ଷା ସୂଚୀ: ସଚିବ

ନୂଆଦିଲ୍ଲୀ,୨୦ା୬: ଦେଶରେ ଡାକ୍ତରୀ, ଇଞ୍ଜିନିୟରିଂ ଓ ଫେଲୋଶିପ୍‌ ଭଳି ସମ୍ମାନଜନକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ହାତରେ ନ୍ୟସ୍ତ ରହିଛି। କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନ ଏହି ଏଜେନ୍ସିର ଅପରିଣାମଦର୍ଶିତା ଯୋଗୁ ଲକ୍ଷଲକ୍ଷ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲି ହୋଇଯାଇଛି। ଲଗାତର ଗୋଟିଏ ପରେ ଗୋଟିଏ ବଡ଼ ପରୀକ୍ଷାରେ ଅନିୟମିତତା ଓ ରେଜଲ୍ଟରେ ବିଭ୍ରାଟ ଏନ୍‌ଟିଏର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଏହି ପରୀକ୍ଷାକୁ ନେଇ ତୁମ୍ବି ତୋଫାନ ଚାଲିଥିବା ବେଳେ ଖୁବ୍‌ଶୀଘ୍ର ୟୁଜିସି-ଏନ୍‌ଇଟି ନୂଆ ପରୀକ୍ଷା ସୂଚୀ ଘୋଷଣା ହେବ ବୋଲି ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ଗୋବିନ୍ଦ ଜୟସ୍ବାଲ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ପ୍ରାଥମିକ ପ୍ରମାଣ ମିଳିବା ପରେ ପରୀକ୍ଷା ବାତିଲ କରାଯାଇଛି। ତ୍ରୁଟି ନେଇ କେହି ଅଭିଯୋଗ କରିବା ପୂର୍ବରୁ ଇନ୍‌ପୁଟ ମିଳିଥିଲା। ପରୀକ୍ଷା ତ୍ରୁଟିର ତଦନ୍ତ ପାଇଁ ସିବିଆଇକୁ ସୁପାରିସ କରାଯାଇଛି।

ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ଦେଶର ବିଭିନ୍ନ ସହରରେ ୧୮ ଜୁନ୍ ୨୦୨୪ରେ ହେବାକୁ ଥିବା ୟୁଜିସି-ଏନଇଟି ଜୁନ୍ ୨୦୨୪ ପରୀକ୍ଷାକୁ ବାତିଲ କରିଦେଇଛି। ଏନଟିଏ ଦୁଇଟି ସିଫ୍ଟରେ ଓଏମଆର (କଲମ ଏବଂ କାଗଜ) ପ୍ରଣାଳୀରେ ପରୀକ୍ଷା ଆୟୋଜନ କରିଥିଲା।

୧୯ ଜୁନ୍  ୨୦୨୪ ରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଗୃହ ମନ୍ତ୍ରଣାଳୟର ଭାରତୀୟ ସାଇବର କ୍ରାଇମ ସମନ୍ୱୟ କେନ୍ଦ୍ର (ଆଇ ୪ ସି) ର ଜାତୀୟ ସାଇବର କ୍ରାଇମ୍ ଅପରାଧ ବିଶ୍ଳେଷଣ ୟୁନିଟ୍ ଠାରୁ କିଛି ଇନ୍ପୁଟ୍ ପାଇଥିଲା। ମଙ୍ଗଳବାର ଆୟୋଜିତ ପରୀକ୍ଷାରେ ଅନିୟମିତତା ହୋଇଥିବା ଏହି ଇନପୁଟ୍ ସୂଚନା ଦେଇଥିବା କୁହାଯାଉଛି।

ପରୀକ୍ଷା ପ୍ରକ୍ରିୟାର ସ୍ୱଚ୍ଛତା ନିଶ୍ଚିତ କରିବାକୁ, ଶିକ୍ଷା ମନ୍ତ୍ରଣାଳୟ ୟୁଜିସି-ଏନଇଟି ଜୁନ୍ ୨୦୨୪ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ପରୀକ୍ଷା ପୁନର୍ବାର କରାଯିବ, ଯେଉଁଥି ପାଇଁ ପରେ ସୂଚନା ଦିଆଯିବ।ଏଥିସହ ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ସିବିଆଇକୁ ହସ୍ତାନ୍ତର କରାଯାଇଛି।

ୟୁଜିସି କହିଛି, ‘ପରୀକ୍ଷା ପୁନର୍ବାର କରାଯିବ, ଯାହା ବିଷୟରେ ସୂଚନା ଦିଆଯିବ। ପରୀକ୍ଷାର ଅଖଣ୍ଡତା ଏବଂ ଛାତ୍ରମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ପ୍ରତିବଦ୍ଧ। ସୂଚନାଯୋଗ୍ୟ ୟୁଜିସି-ଏନଇଟି ପରୀକ୍ଷା ଜୁନ୍ ୨୦୨୪ ଦେଶର ୩୧୭ ଟି ସହରର ୧୨୦୫ ପରୀକ୍ଷା କେନ୍ଦ୍ରରେ କରାଯାଇଥିଲା ଯେଉଁଥିରେ ୧୧,୨୧,୨୨୫ ପ୍ରାର୍ଥୀ ଅଂଶଗ୍ରହଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri