ଆସିଲା KIIT ଛାତ୍ରୀ ମୃତ୍ୟୁର UGC ରିପୋର୍ଟ, ବିଶ୍ୱବିଦ୍ୟାଳୟକୁ ଦାୟୀ କରି ପ୍ୟାନେଲ୍‌ ଦେଲା ସାଂଘାତିକ ତଥ୍ୟ…

ଭୁବନେଶ୍ୱର,୨୧ା୭: KIIT ବିଶ୍ବବିଦ୍ୟାଳୟରେ ୨ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲାରେ ଆସିଛି UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ର ତଦନ୍ତ ରିପୋର୍ଟ। ଏହି ରିପୋର୍ଟରେ ୟୁଜିସି ପ୍ୟାନେଲ୍‌ କିଟ୍‌ ବିଶ୍ୱବିଦ୍ୟାଳୟକୁ ଦାୟୀ କରି ଏକ ସାଂଘାତିକ ତଥ୍ୟ ଦେଇଛି। ଛାତ୍ରୀଙ୍କ ମୃତ୍ୟୁ ପଛରେ ଅବୈଧ ଏବଂ ବେଆଇନ କାର୍ଯ୍ୟକଳାପ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି। ଡ. ନାଗେଶ୍ୱର ରାଓଙ୍କ ତତ୍ତ୍ୱାବଧାନରେ ଏହି ଟିମ୍‌ ତଦନ୍ତ ରିପୋର୍ଟ ଜାରି କରିଛି।

ସୂଚନା ଥାଉକି, ଗତ ୧୬ ଫେବୃଆରୀ , ୨୦୨୫ରେ ଜଣେ ୨୦ ବର୍ଷୀୟା ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଆଉ ଜଣେ ଛାତ୍ରୀ ମଧ୍ୟ ଆତ୍ମହତ୍ୟା କରିଥିଲେ। ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା ଟୁଇଟ୍‌ ଯୋଗେ ଘଟଣାର ଯାଞ୍ଚ ପାଇଁ କହିଥିଲେ। ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟୁଇଟ୍‌ରେ କହିଥିଲେ, ଓଡ଼ିଶାର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ନେପାଳୀ ଛାତ୍ରୀ ପ୍ରିସା ସାହଙ୍କ ତାଙ୍କ ହଷ୍ଟେଲ ରୁମ୍‌ରେ ମୃତଦେହ ମିଳିଥିଲା।

ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ଉତ୍ପୀଡ଼ନର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇନଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ‘ଗୁରୁତର ଅବହେଳା’ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri