ଲମ୍ବା କେଶ ପାଇଁ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ,୯।୮: ଭାରତର ଜଣେ ମହିଳା ନିଜର ଅତି ଲମ୍ବା କେଶ ପାଇଁ ଏକ ନୂତନ ଓ୍ବାଲର୍‌ଡ ରେକର୍ଡ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ହଲଦଓ୍ବାନୀ ସହରର ରେଣୁ ଧାରିଓ୍ବାଲ ବିଶ୍ୱରେ ସବୁଠାରୁ ଲମ୍ବା କେଶ ରହିବାର ରେକର୍ଡ ହାସଲ କରିଛନ୍ତି, ଯାହାର ଲମ୍ବ ପ୍ରାୟ ୮ ଫୁଟରୁ ଅଧିକ। ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ ଦ୍ୱାରା ଔପଚାରିକ ଭାବେ ଯାଞ୍ଚ କରାଯିବା ପରେ ରେଣୁଙ୍କ କେଶର ଲମ୍ବ ୨୭୧.୫୦ ସେମି (୮ଫୁଟ ୧୦ ଇଞ୍ଚ)ବୋଲି ଜଣାପଡ଼ିଛି। ଏହା ସବୁଠାରୁ

ଲମ୍ବା ବ୍ୟକ୍ତି ରବର୍ଟ ଓ୍ବାଡ୍‌ଲୋ(୨୭୨ସେମି)ଙ୍କ ଉଚ୍ଚତାଠାରୁ ମାତ୍ର କିଛି କମ୍‌ ଅଟେ। ଗତ ଏପ୍ରିଲରେ ୟୁକ୍ରେନର ଆଲିଆ ନାସିରୋଭା (୨୫୭.୩୩ସେମି)ଙ୍କ ରେକର୍ଡକୁ ଭାଙ୍ଗି ରେଣୁ ଏହି ଗୌରବ ଅର୍ଜନ କରିଛନ୍ତି।
ରେଣୁ ଜଣେ କଣ୍ଟେଣ୍ଟ କ୍ରିଏଟର ଏବଂ ୟୁଟ୍ୟବର ଅଟନ୍ତି, ଯିଏ ଅନ୍ୟ ମହିଳାଙ୍କ ସହିତ ସୌନ୍ଦର୍ଯ୍ୟ ଟିପ୍ସ ସେୟାର କରନ୍ତି। ୨୦୧୫ରୁ ସେ କେବେବି ନିଜ କେଶ କାଟି ନାହଁାନ୍ତି ଏବଂ କ୍ରମାଗତ ଭାବରେ ଏହାକୁ ବଢ଼ାଇ ଆସୁଛନ୍ତି ବୋଲି ସେ ପ୍ରକାଶ କରିଛନ୍ତି। ରେଣୁଙ୍କ କେଶ ଘନ ଓ ଚମକଦାର ଅଟେ, ଯାହାକୁ ସେ ବହୁତ ଯତ୍ନ କରନ୍ତି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri