ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା କରି ଚାଲିଥିବାରୁ ବିକ୍ଷୋଭକାରୀମାନେ ଚଳିତ ନିର୍ବାଚନରେ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ପ୍ରଚାର କରିବେ। ଏହାସହ ପ୍ରତି ପଞ୍ଚାୟତରେ ବୁଲି ବୁଲି ଉଜ୍ଜଳା ଦିଦିମାନେ ଭାଜପା ବିରୋଧରେ କହିବେ ବୋଲି ସଭାପତି କାଦମ୍ବିନୀ ସ୍ବାଇଁ କହିଛନ୍ତି l
ବିକ୍ଷୋଭକାରୀଙ୍କ କହିବାନୁସାରେ, କେନ୍ଦ୍ର ସରକାରଙ୍କ ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପକ୍ଷରୁ ଉଜ୍ଜଳା ଯୋଜନା ଆରମ୍ଭ କରାଯାଇଥିଲା l ୨୦୧୯ ମସିହାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଯୋଜନାର ପ୍ରଚାର ପ୍ରସାର ତଥା ଠିକ ପରିଚାଳନା ପାଇଁ ପ୍ରତି ପଞ୍ଚାୟତରେ ଜଣେ କିମ୍ବା ଦୁଇଜଣ ଉଜ୍ଜଳା ଦିଦିଙ୍କୁ ନିଯୁକ୍ତି ଦେଇଥିଲେ। ସେମାନଙ୍କୁ ପ୍ରତି ନୂଆ କନେକ୍ସନ ପାଇଁ ୨୦୦ ଟଙ୍କା ଓ ଗ୍ୟାସ ରିଫିଲିଙ୍ଗ ପାଇଁ ୨୦ ଟଙ୍କା ଦେବା ସହିତ ଆଗାମୀ ଦିନରେ ଅନ୍ୟ ସ୍କିମ୍‌ର ପରିଚାଳନା ଦାୟିତ୍ୱ ଦେଇ ମାସିକ କିଛି ଦରମା ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଏହି ପ୍ରତିଶ୍ରୁତି ପୂରଣ ହୋଇ ନ ଥିବା ଓଡିଶା ଉଜ୍ଜଳା ଦିଦି ସଂଘ ପକ୍ଷରୁ ଅଭିଯୋଗ ହୋଇଛି। କେନ୍ଦ୍ର ସରକାର ରାଜ୍ୟର ୧୦ ହଜାର ଉଜ୍ଜଳା ଦିଦିଙ୍କୁ ୫ବର୍ଷରୁ ଊର୍ଦ୍ଧ୍ୱ ହେବ କାଣି କଉଡ଼ିଟିଏ ନ ଦେଇ ଠକି ଆସିଛନ୍ତି ବୋଲି କହି ଦିଦିମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଦାବି ଜଣାଇବା ପାଇଁ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ସଂଘ କର୍ମକର୍ତ୍ତା ଓ ଦିଦିମାନେ ଯାଇଥିବାବେଳେ ସେମାନଙ୍କ ଅଭିଯୋଗ ଗ୍ରହଣ କରାଯାଇନାହିଁ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri