ନ୍ୟୁକ୍ଲିୟର ପ୍ଲାଣ୍ଟରେ ରୁଷିଆର କବ୍‌ଜା ପରେ ୟୁଏନ୍‌ ଡକାଇଲା ଜରୁରୀକାଳୀନ ବୈଠକ

ଲଣ୍ଡନ,୪।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ନବମ ଦିନରେ ପହଞ୍ଚିଛି। ବେଳକୁ ବେଳ ୨ଦେଶ ମଧ୍ୟରେ ଯୁଦ୍ଧ ଭୟଙ୍କର ହେବାରେ ଲାଗିଛି। ଶୁକ୍ରବାର ୟୁକ୍ରେନର ଜପୋରିଝିଆ ନ୍ୟୁକ୍ଲିୟର ପ୍ଲାଣ୍ଟରେ ରୁଷିଆ ସୈନ୍ୟ ଆକ୍ରମଣ କରି କବଜା କରିନେଇଛନ୍ତି। ପ୍ଲାଣ୍ଟରେ ନିଆଁ ଲାଗିଥିବା ବେଳେ ଯଦି ଏହା ବିସ୍ଫୋରଣ ହୁଏ ତେବେ ଚେର୍ନୋବିଲ ଦୁର୍ଘଟଣାଠାରୁ ଏହା ୧୦ଗୁଣା ଅଧିକ କ୍ଷୟକ୍ଷତି ହେବ ବୋଲି କୁହାଯାଇଛି। ଯାହାକୁ ନେଇ ସାରା ବିଶ୍ୱ ଏବେ ଚିନ୍ତାରେ। ଅନ୍ୟପଟେ ଆମେରିକାରୁ ୟୁରୋପ ପର୍ଯ୍ୟନ୍ତ ଏହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ଇତିମଧ୍ୟରେ ଏସଂକ୍ରାନ୍ତରେ ବ୍ରିଟେନ ମିଳିତ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନ୍‌ଏସ୍‌ସି)ର ଜରୁରୀକାଳୀନ ବୈଠକ ଡକାଇଛି। ସୂଚନାଯୋଗ୍ୟ, ରୁଷିଆର ଆକ୍ରମଣରେ ପ୍ଲାଣ୍ଟର ୟୁନିଟ-୧ରେ ରିଆକ୍ଟର କମ୍ପାର୍ଟମେଣ୍ଟ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହାର ବିକିରଣ ସ୍ତର ସ୍ବାଭାବିକ ରହିଛି। ଏହା ବିପଦର ବିଷୟ ନୁହେଁ ବୋଲି ଅଧିକାରୀ ସୂଚନା ଦେଇଛନ୍ତି। ଏହାପୂର୍ବରୁ ୟୁକ୍ରେନର ବର୍ହିବ୍ୟାପାର ମନ୍ତ୍ରୀ ଡିିମିତ୍ରୋ କୁଲେବା ଟୁଇଟ କରି କହିଛନ୍ତି, ୟୁରୋପର ବୃହତ୍ତମ ଆଣବିକ ଶକ୍ତି ଉତ୍ପାଦନ କରୁଥିବା ଜପୋରିଝିଆ ପ୍ଲାଣ୍ଟ ଉପରେ ରୁଷିଆ କ୍ରମାଗତ ଭାବେ ଆକ୍ରମଣ କରୁଛି। ଯଦି ଏହାର ବିସ୍ଫୋରଣ ଘଟେ ତେବେ ଚେର୍ନୋବିଲ ଦୁର୍ଘଟଣାଠାରୁ ଏହା ୧୦ଗୁଣା ବଡ଼ ରହିବ ବୋଲି ଡିିମିତ୍ରୋ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri