ଇସ୍ତଫା ଦେବେ ବ୍ରିଟେନ ପ୍ରତିରକ୍ଷା ମନ୍ତ୍ରୀ: କହିଲେ ବିଛଣାରେ ୩ ଫୋନ ରଖି ଶୋଇଛି, ଆଗକୁ ନିର୍ବାଚନ ବି ଲଢିବି ନାହିଁ

ଲଣ୍ଡନ,୧୬।୭: ବ୍ରିଟେନର ପ୍ରତିରକ୍ଷା ମନ୍ତ୍ରୀ ବେନ ଓ୍ବାଲେସ ରବିବାର କହିଛନ୍ତି କି ସେ ମନ୍ତ୍ରିମଣ୍ଡଳରେ ଆଗାମୀ ପରିବର୍ତ୍ତନ ପରେ ଇସ୍ତଫା ଦେଇଦେବେ। ବେନ ଆହୁରି ମଧ୍ୟ ଘୋଷଣା କରିଛନ୍ତି ଯେ ସେ ଆସନ୍ତା ବର୍ଷ ହେବାକୁ ଯାଉଥିବା ସାଧାରଣ ନିର୍ବାଚନ ଲଢିବେ ନାହିଁ।
ଗତ ଚାରି ବର୍ଷ ଧରି ବେନ ବ୍ରିଟେନରେ ମନ୍ତ୍ରୀ ରହିଆସିଛନ୍ତି। ସେ ୨୦୦୫ ଠାରୁ କ୍ରମାଗତ ଭାବରେ ସଂସଦର ସଦସ୍ୟ ରହିଆସିଛନ୍ତି। ଦି ସଣ୍ଡେ ଟାଇମ୍ସକୁ ଦେଇଥିବା ଏକ ସାକ୍ଷାତକାରରେ ୫୩ ବର୍ଷୀୟ କଞ୍ଜରଭେଟିଭ ପାର୍ଟି ସଦସ୍ୟ ଏହି କଥା କହିଛନ୍ତି।
ତିନି ଜଣ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ, ଲିଜ ଟ୍ରସ ଏବଂ ଋଷି ସୁନକଙ୍କ ଅଧୀନରେ ବେନ ପ୍ରତିରକ୍ଷା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି। ରୁଷିଆ-ୟୁକ୍ରେନ ଯୁଦ୍ଧ ବିବାଦ ମଧ୍ୟରେ ସେ ବ୍ରିଟେନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ ଜାରି ରଖିଛନ୍ତି। ୱାଲେସ କହିଛନ୍ତି, ‘ମୁଁ ୧୯୯୯ରେ ସ୍କଟଲ୍ୟାଣ୍ଡ ସଂସଦରେ ରାଜନୀତିରେ ପ୍ରବେଶ କରିଥିଲି। ସେତେବେଳେ ମୋତେ ୨୪ବର୍ଷ ବୟସ ହୋଇଥିଲା। ମୁଁ ମୋ ବିଛଣାରେ ତିନୋଟି ଫୋନ ସହିତ ସାତ ବର୍ଷରୁ ଅଧିକ ସମୟ ଅତିବାହିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri