ଇସ୍ତଫା ଦେଲେ ବ୍ରିଟେନର ଉପ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୧।୪: ବ୍ରିଟେନର ଉପ ପ୍ରଧାନମନ୍ତ୍ରୀ ଡୋମିନିକ ରାବ ଶୁକ୍ରବାର ଦିନ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ସମସ୍ତଙ୍କୁ ଖରାପ ବ୍ୟବହାର କରୁଥିବା ଅଭିଯୋଗରେ ତାଙ୍କ ଉପରେ ତଦନ୍ତ ଚାଲିଛି। ଏହିି ପରିସ୍ଥିତିରେ ଡୋମିନିକ ଏକ ଚିଠି ଲେଖି ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ତାଙ୍କ ଇସ୍ତଫା ପତ୍ର ଦେଇଛନ୍ତି।

ଚିଠିରେ ଡୋନିମିକ କହିଛନ୍ତି, ତଦନ୍ତ ଶେଷ ନ ହେବା ପର୍ଯ୍ୟନ୍ତ ସେ ତାଙ୍କ ପଦରୁ ଇସ୍ତଫା ଦେଉଛନ୍ତି । କିନ୍ତୁ ସେ ସରକାରଙ୍କୁ ସମର୍ଥନ କରନ୍ତି। ପୂର୍ବରୁ କହିଛି ତଦନ୍ତ ପାଇଁ ମୁଁ ସବୁବେଳେ ପ୍ରସ୍ତୁତ। ଯଦି ତଦନ୍ତ ବେଳେ ଜଣା ପଡେ ମୁଁ କାହାକୁ ଖରାପ ବ୍ୟବହାର କରିଛି ତେବେ ମୁଁ ଦୋଷ ସ୍ବୀକାର କରିବି। ତେଣୁ ତଦନ୍ତରେ କିଛି ପ୍ରଭାବ ନ ପଡୁ ସେଥିଲାଗି ମୁଁ ଇସ୍ତଫା ଦେଇଛି।

ଇସ୍ତଫାରେ ସେ କହିଛନ୍ତି ଯେ, ଏହି ତଦନ୍ତ ଏକ ବିପଜ୍ଜନକ ଉଦାହରଣ ସୃଷ୍ଟି କରିଛି। ଏହା ବ୍ରିଟେନର ନେତା ଏବଂ ମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ କରିବାକୁ ଉତ୍ସାହିତ କରିବ। ଯାହାର ପ୍ରଭାବ ସରକାର ଏବଂ ବ୍ରିଟେନର ଲୋକଙ୍କ ଉପରେ ପଡ଼ିବ। ମୋ ଉପରେ ତଦନ୍ତର ନିଷ୍ପତ୍ତି ଏତେ ଶୀଘ୍ର ନିଆଯିବା ଉଚିତ ନୁହେଁ।

ସୂଚନାଯୋଗ୍ୟ, ଡୋନିମିକଙ୍କ ଖରାପ ବ୍ୟବହାର ଯୋଗୁ ତାଙ୍କୁ କ୍ୟାବିନେଟ୍‌ରୁ ବାହାର କରି ଦିଆଯାଇଛି। ତେବେ ସୁନକଙ୍କୁ ଡୋନିମିକିଙ୍କ ବିରୋଧରେ ଅଭିଯୋଗ ମିଳିବା ପରେ ତାଙ୍କ ଉପରେ ତଦନ୍ତ ନେବାକୁ ସେ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri