ପଳାତକ ସଞ୍ଜୟ ଭଣ୍ଡାରୀଙ୍କୁ ଭାରତ ଆଣିବାକୁ ଫିଟିଲା ବାଟ: ବ୍ରିଟେନ ଦେଲା ଅନୁମତି

ଲଣ୍ଡନ/ନୂଆଦିଲ୍ଲୀ,୭।୧୧: ଅସ୍ତ୍ରଶସ୍ତ୍ର ଡିଲର ତଥା ପଳାତକ ସଞ୍ଜୟ ଭଣ୍ଡାରୀଙ୍କ ପ୍ରତ୍ୟର୍ପଣ କ୍ଷେତ୍ରରେ ଭାରତକୁ ଏକ ସଫଳତା ମିଳିଛି। ବ୍ରିଟେନର ଓ୍ବେଷ୍ଟମିନ୍‌ଷ୍ଟର କୋର୍ଟ ସଞ୍ଜୟଙ୍କ ଭାରତ ପ୍ରତ୍ୟର୍ପଣ ନେଇ ସୋମବାର ମଞ୍ଜୁରି ପ୍ରଦାନ କରିଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ ଭାରତ ଅଣାଯିବ। ସଞ୍ଜୟଙ୍କ ବିରୋଧରେ ଟ୍ୟାକ୍ସ ଫାଙ୍କିବା ଓ ମନି ଲଣ୍ଡରିଂ କରିବା ଅଭିଯୋଗ ହୋଇଛି। ଏଥିସହ ସେ ପ୍ରତିରକ୍ଷା କାରବାରରେ ମଧ୍ୟ ଲାଞ୍ଚ ନେଇଥିବା ଜଣାପଡ଼ିଛି। ୟୁପିଏ ସରକାର ସମୟରେ ହୋଇଥିବା ଅସ୍ତ୍ରଶସ୍ତ କାରବାର ସମ୍ପର୍କରେ ସେ ବିଦେଶୀ କମ୍ପାନୀମାନଙ୍କଠାରୁ ୪ଶହ କୋଟିରୁ ଅଧିକ ଟଙ୍କା ଗ୍ରହଣ କରିଥିବା ଅଭିଯୋଗ ହୋଇଥିଲା। ସିବିଆଇ ଓ ଇଡି ଉଭୟ ମନି ଲଣ୍ଡରିଂ ମାମଲାରେ ୨୦୨୦ରେ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଥିଲେ। ତାଙ୍କ ବିରୋଧରେ ମାମଲା ଚାଲିଥିବା ବେଳେ ସେ ବ୍ରିଟେନକୁ ପଳାଇଥିଲେ। ଏହାପରେ ଭାରତ ସରକାର ତାଙ୍କୁ ପଳାତକ ଘୋଷିତ କରିଥିଲେ। ସୂଚନା ମୁତାବକ, ୬୦ ବର୍ଷୀୟ ଭଣ୍ଡାରୀଙ୍କୁ ଫେରାଇ ଆଣିବା ଲାଗି ଭାରତ ସରକାର ଦୁଇଥର ବ୍ରିଟେନକୁ ଅନୁରୋଧ କରିଥିଲେ। ପୂର୍ବରୁ ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ମାଜିଷ୍ଟ୍ରେଟ୍‌ କୋର୍ଟରେ ଶୁଣାଣି ବେଳେ ଭଣ୍ଡାରୀଙ୍କୁ ପ୍ରତ୍ୟର୍ପଣ କରିବାରେ କୌଣସି ପ୍ରତିବନ୍ଧକ ନାହିଁ ବୋଲି ଜିଲା ଜଜ୍‌ ମିଚେଲ ସ୍ନୋ କହିଥିଲେ। ପ୍ରତ୍ୟର୍ପଣ ଉପରେ ନିଷ୍ପତ୍ତି ନେବା ଲାଗି ମାମଲାକୁ ବ୍ରିଟେନ ଗୃହମନ୍ତ୍ରୀ ସୁଏଲା ବ୍ରେଭରମ୍ୟାନ୍‌ଙ୍କ ପାଖକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri