ବ୍ରିଟେନରେ ଜନ୍ମାଷ୍ଟମୀ ପାଳିଲେ ଋଷି ସୁନକ, ପତ୍ନୀଙ୍କ ସହ ପହଞ୍ଚିଲେ ଇସ୍କନ ମନ୍ଦିର

ଲଣ୍ଡନ,୧୯ ।୮: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ପାଇଁ ଲଢୁଥିବା ମୂଳ ଭାରତୀୟ ଋଷି ସୁନକ ବ୍ରିଟେନରେ ଜନ୍ମାଷ୍ଟମୀ ପାଳନ କରିଛନ୍ତି । ଏହି ଅବସରରେ ସେ ଇଣ୍ଟରନ୍ୟାଶନାଲ ସୋସାଇଟି ଫର କୃଷ୍ଣା କନସିୟସନେସ(ଇସ୍କନ) ମନ୍ଦିର ସମାରୋହରେ ଯୋଗ ଦେଇଥିଲେ । ପତ୍ନୀ ଅକ୍ଷତା ମୁର୍ତ୍ତିଙ୍କ ସହ ସେ ସେଠାରେ ପହଞ୍ଚିଥିଲେ । ସୁନକ ପତ୍ନୀଙ୍କ ସହ ଭକ୍ତିବେଦାନ୍ତ ମନ୍ଦିର ସମାରୋହରେ ବି ଯୋଗ ଦେଇଥିଲେ ।
ମନ୍ଦିର ସମାରୋହରେ ଯୋଗଦେବା ପରେ ସୁନକ ଟୁଇଟରରେ ଫଟୋ ଶେୟାର କରି ଲେଖିଛନ୍ତି, ଆଜି ମୁଁ ମୋ ପତ୍ନୀ ଅକ୍ଷତାଙ୍କ ସହ ଜନ୍ମାଷ୍ଟମୀ ପାଳନ କରିବାକୁ ଯାଇଥିଲି, ଏହା ଏକ ଲୋକପ୍ରିୟ ହିନ୍ଦୁ ଉତ୍ସବ ।
ସୂଚନାଯୋଗ୍ୟ, ବ୍ରିଟେନ ପ୍ରଧାନମନ୍ତ୍ରୀ ରେସରେ ଋଷି ସୁନକ ବୈଦେଶିକ ସଚିବ ଲିଜ ଟ୍ରସଙ୍କଠାରୁ ପଛରେ ରହିଛନ୍ତି । ଟୋରି ୱେଟର୍ସର ତାଜା ସର୍ଭେ ଅନୁଯାୟୀ, ବୈଦେଶିକ ସଚିବ ଜିଲ ଟ୍ରସ ସୁନକଙ୍କଠାରୁ ବହୁ ଆଗରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri