ଋଷି ସୁନକ-ଲିଜ ଟ୍ରସଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ରେସର ଶେଷ ପର୍ଯ୍ୟାୟ ଭୋଟିଂ ଶେଷ, ସୋମବାର ଆସିବ ଫଳାଫଳ

ଲଣ୍ଡନ,୩ ।୯: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ଓ ବୈଦେଶିକ ମନ୍ତ୍ରୀ ଲିଜ ଟ୍ରସଙ୍କ ମଧ୍ୟରେ ଚାଲିଥିବା ରେସ କ୍ରମରେ ଶୁକ୍ରବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଏଥିରେ ଦଳର ସଦସ୍ୟମାନେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ।
କଞ୍ଜରଭେଟିଭ ପାର୍ଟି ପ୍ରଚାର ମୁଖ୍ୟାଳୟ କହିଛି ପ୍ରଧାନମନ୍ତ୍ରୀ ରେସରେ ବିଜେତାଙ୍କ ନାମ ସୋମବାର ସ୍ଥାନୀୟ ସମୟ ୧୨ଟା ୩୦ରେ ଘୋଷଣା କରାଯିବ । ସୁନକ(୪୨) ଓ ଟ୍ରସ(୪୭) କଞ୍ଜରଭେଟିଭ ପାର୍ଟିର ପ୍ରାୟ ୧,୬୦,୦୦୦ ସଦସ୍ୟଙ୍କ ମତ ପାଇବାକୁ ସେମାନଙ୍କୁ ପ୍ରଭାବିତ କରିବାକୁ କେତେଥର ସାମ୍ନା ସାମ୍ନି କଥା କଟାକଟି ହୋଇଛନ୍ତି ।
ଭାରତୀୟ ମୂଳ ବାସିନ୍ଦା ତଥା ବ୍ରିଟେନର ପୂର୍ବତନ ଅର୍ଥମନ୍ତ୍ରୀ ତାଙ୍କ ଅଭିଯାନରେ ତତ୍କାଳ ପ୍ରାଥମିକତା ଭାବେ ବୃଦ୍ଧି ପାଉଥିବା ମୁଦ୍ରା ସ୍ଫିତି ଉପରେ ଅଙ୍କୁଶ ଲଗାଇବା କଥା କହିଛନ୍ତି । ଅନ୍ୟପଟେ ବୈଦେଶିକମନ୍ତ୍ରୀ ଲିଜ ଟ୍ରସ କଥା ଦେଇଛନ୍ତି ଯଦି ସେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ତେବେ ଦାୟିତ୍ୱ ନେବାର ପ୍ରଥମ ଦିନରେ ଟିକସ ହ୍ରାସ କରିବାକୁ ନିର୍ଦ୍ଦେଶ ଜାରି କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri