ଋଷି ସୁନକ-ଲିଜ ଟ୍ରସଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ରେସର ଶେଷ ପର୍ଯ୍ୟାୟ ଭୋଟିଂ ଶେଷ, ସୋମବାର ଆସିବ ଫଳାଫଳ

ଲଣ୍ଡନ,୩ ।୯: ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ପାଇଁ ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ଓ ବୈଦେଶିକ ମନ୍ତ୍ରୀ ଲିଜ ଟ୍ରସଙ୍କ ମଧ୍ୟରେ ଚାଲିଥିବା ରେସ କ୍ରମରେ ଶୁକ୍ରବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଏଥିରେ ଦଳର ସଦସ୍ୟମାନେ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ।
କଞ୍ଜରଭେଟିଭ ପାର୍ଟି ପ୍ରଚାର ମୁଖ୍ୟାଳୟ କହିଛି ପ୍ରଧାନମନ୍ତ୍ରୀ ରେସରେ ବିଜେତାଙ୍କ ନାମ ସୋମବାର ସ୍ଥାନୀୟ ସମୟ ୧୨ଟା ୩୦ରେ ଘୋଷଣା କରାଯିବ । ସୁନକ(୪୨) ଓ ଟ୍ରସ(୪୭) କଞ୍ଜରଭେଟିଭ ପାର୍ଟିର ପ୍ରାୟ ୧,୬୦,୦୦୦ ସଦସ୍ୟଙ୍କ ମତ ପାଇବାକୁ ସେମାନଙ୍କୁ ପ୍ରଭାବିତ କରିବାକୁ କେତେଥର ସାମ୍ନା ସାମ୍ନି କଥା କଟାକଟି ହୋଇଛନ୍ତି ।
ଭାରତୀୟ ମୂଳ ବାସିନ୍ଦା ତଥା ବ୍ରିଟେନର ପୂର୍ବତନ ଅର୍ଥମନ୍ତ୍ରୀ ତାଙ୍କ ଅଭିଯାନରେ ତତ୍କାଳ ପ୍ରାଥମିକତା ଭାବେ ବୃଦ୍ଧି ପାଉଥିବା ମୁଦ୍ରା ସ୍ଫିତି ଉପରେ ଅଙ୍କୁଶ ଲଗାଇବା କଥା କହିଛନ୍ତି । ଅନ୍ୟପଟେ ବୈଦେଶିକମନ୍ତ୍ରୀ ଲିଜ ଟ୍ରସ କଥା ଦେଇଛନ୍ତି ଯଦି ସେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ତେବେ ଦାୟିତ୍ୱ ନେବାର ପ୍ରଥମ ଦିନରେ ଟିକସ ହ୍ରାସ କରିବାକୁ ନିର୍ଦ୍ଦେଶ ଜାରି କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri