ମୋ ଝିଅ ହିଁ ସୁନକଙ୍କୁ କରିଛନ୍ତି ପ୍ରଧାନମନ୍ତ୍ରୀ: ସୁଧା ମୂର୍ତ୍ତି

ଲଣ୍ଡନ/ନୂଆଦିଲ୍ଲୀ,୨୮।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ କିଛି ନା କିଛି କାରଣ ପାଇଁ ରହିଥାଆନ୍ତି ଚର୍ଚ୍ଚାରେ। ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ କୁହାଯାଇଛି କି ଋଷି ସୁନକ ପ୍ରଧାନମନ୍ତ୍ରୀ ହେବା ପଛରେ କାହାର ହାତ ରହିଛି। ପ୍ରକୃତରେ ଭିଡିଓଟି ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କ ଶାଶୁ ତଥା ନାମୀ ଆଇଟି କମ୍ପାନୀ ଇନଫୋସିସର ସଂସ୍ଥାପକ ଏନଆର ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ସୁଧା ମୂର୍ତ୍ତିଙ୍କର। ଏହି ଭିଡିଓରେ ସେ ଦାବି କରିଛନ୍ତି କି ତାଙ୍କ ଝିଅ ପାଇଁ ଋଷି ସୁନକ ବ୍ରିଟେନର ସବୁଠାରୁ କମ ବୟସର ପ୍ରଧାନମନ୍ତ୍ରୀ ହୋଇ ପାରିଛନ୍ତି।

ଇନଷ୍ଟାଗ୍ରାମରେ ଭାଇରାଲ ହେଉଥିବା ଭିଡିଓରେ ସୁଧା ମୂର୍ତ୍ତି କହିଛନ୍ତି, ମୁଁ ମୋ ସ୍ବାମୀଙ୍କୁ ବିଜନେସମ୍ୟାନ କରିଥିଲି। ସେମିତି ମୋ ଝିଅ ଅକ୍ଷରା ତାଙ୍କ ସ୍ବାମୀଙ୍କୁ ବ୍ରିଟେନର ପ୍ରଧାନମନ୍ତ୍ରୀ କରିଛନ୍ତି। ଏହାର କାରଣ ହେଉଛି ପତ୍ନୀଙ୍କ ମହିମା। ସେ କହିଛନ୍ତି, ଦେଖନ୍ତୁ ଜଣେ ପତ୍ନୀ କିପରି ତାଙ୍କ ପତିଙ୍କୁ ବଦଳାଇ ଦେଇପାରନ୍ତି, ହେଲେ ମୁଁ ପତିଙ୍କୁ ବଦଳାଇ ପାରିଲି ନାହିଁ। ମୁଁ ମୋ ସ୍ବାମୀଙ୍କୁ ବିଜନେସମ୍ୟାନ କଲି ଓ ମୋ ଝିଅ ତାଙ୍କ ପତିଙ୍କୁ ପ୍ରଧାନମନ୍ତ୍ରୀ କରିଦେଲେ।
ସୁଧା ଆହୁରି ମଧ୍ୟ କହିଛନ୍ତି, ଅକ୍ଷରା ଓ ଋଷି ପରସ୍ପରର ବେଶ ଧ୍ୟାନ ରଖିଥାଆନ୍ତି। ଅକ୍ଷରା ସବୁବେଳେ ଋଷିଙ୍କ ଖାଇବାକୁ ନେଇ ଚିନ୍ତିତ ଥିବା ବେଳେ ଋଷି ଆମ ପରମ୍ପରା ଉପରେ ବିଶେଷ ଧ୍ୟାନ ଦେଇଥାଆନ୍ତି। ମୂର୍ତ୍ତି ପରିବାରେରେ ବହୁ ପୂର୍ବରୁ ଗୁରୁବାର ବ୍ରତ ରଖାଯାଇଥାଏ। ସୁନକ ବହୁ ପୂର୍ବରୁ ଲଣ୍ଡନରେ ରହି ଆସୁଛନ୍ତି, ହେଲେ ସେ ଖୁବ ଧାର୍ମିକ। ସେ ମୋ ଝିଅକୁ ବିବାହ କରିବା ପରେ ମୂର୍ତ୍ତି ପରିବାରର ପରମ୍ପରା ଉପରେ ଧ୍ୟାନ ଦେଇଥାଆନ୍ତି। ସେ ବିବାହ ପରେ ହିଁ ଗୁରୁବାର ବ୍ରତ ରଖୁଛନ୍ତି। ହେଲେ ସୁନକଙ୍କ ମାଆ ସବୁ ସୋମବାର ବ୍ରତ କରିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri