Posted inଜାତୀୟ

ବ୍ରିଟେନର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ସାବରମତି ଆଶ୍ରମ ଗସ୍ତ କଲେ ବୋରିସ ଜନସନ

ଗାନ୍ଧିନଗର,୨୧ ।୪: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗୁରୁବାର ଗୁଜରାଟରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ ସେ ମହାତ୍ମାଗାନ୍ଧୀଙ୍କୁ ‘ଅସାଧାରଣ ବ୍ୟକ୍ତି’ ବୋଲିି କହିଛନ୍ତି । ସେ କହିଛନ୍ତି ବିଶ୍ୱକୁ ସୁନ୍ଦର କରିବା ଲାଗି ମହାତ୍ମା ଗାନ୍ଧୀ ସତ୍ୟ ଓ ଅହିଂସାର ସିଦ୍ଧାନ୍ତ ଉପରେ ଗୁରୁତ୍ୱ ଦେଉଥିଲେ । ଗୁରୁବାର ଜନସନ ସାବରମତି ଆଶ୍ରମ ଗସ୍ତ କରିଛନ୍ତି । ତେବେ ସାବରମତି ଆଗ୍ରମ ଗସ୍ତ କରିବାରେ ବୋରିସ ବ୍ରିଟେନର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଛନ୍ତି ।

ଜନସନ ଗାନ୍ଧୀ ଆଶ୍ରମର ଆଗନ୍ତୁକ ପୁସ୍ତକରେ ଲେଖିଛନ୍ତି, ଏହି ଅସାଧାରଣ ବ୍ୟକ୍ତିଙ୍କ ଆଶ୍ରମକୁ ଆସିବା ଓ ଏହା ବୁଝିବା, ଯେକି ବିଶ୍ୱକୁ ସୁନ୍ଦର କରିବାକୁ କେମିତି ସତ୍ୟ ଓ ଅହିଂସା ଭଳି ସରଳ ସିଦ୍ଧାନ୍ତ ଉପରେ ଜୋର ଦେଉଥିଲେ । ଏହା ମୋ ପାଇଁ ବଡ ସୌଭାଗ୍ୟ । ବ୍ରିଟେନ ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି । ହେଲେ ସ୍ୱତନ୍ତ୍ରତା ସଂଗ୍ରାମ ସମୟରେ ବ୍ରିଟେନର ଶାସକଙ୍କଠାରୁ ଗାନ୍ଧୀଙ୍କ ପାଇଁ ମିଳିଥିବା ପ୍ରଶଂସା ଦୁର୍ଲଭ ।
ଏହି ଯାତ୍ରା ସମୟରେ ଜନସନ ‘ହୃଦୟ କୁଞ୍ଜ ଗସ୍ତ କରିଛନ୍ତି, ଯେଉଁଠି ମହାତ୍ମା ଗାନ୍ଧୀ ରହୁଥିଲେ । ଏହି ସମୟରେ ଜନସନ ଚରଖାରେ ସୂତା କାଟିବାକୁ ଚେଷ୍ଟା କରିଛନ୍ତି । ଏହାପରେ ଜନସନଙ୍କୁ ଚରଖାର ଏକ ପ୍ରତିକୃତି ଉପହାର ଦିଆଯାଇଛି । ଶୁକ୍ରବାର ଜନସନ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ୍ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri