ଜୁଲାଇ ୪ରେ ବ୍ରିଟେନ୍‌ ନିର୍ବାଚନ, ସୁନକ୍‌ଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଲଣ୍ଡନ୍‌,୨୨ା୫: ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଅନେକ ମାସ ଧରି ଚାଲିଥିବା କଳ୍ପନାଜଳ୍ପନାର ଅବସାନ ଘଟାଇ ବୁଧବାର ସନ୍ଧ୍ୟାରେ ଏନେଇ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ ଘୋଷଣା କରିଛନ୍ତି। ୨୦୧୦ରୁ ଦେଶରେ କ୍ଷମତାସୀନ ଥିବା ଦକ୍ଷିଣପନ୍ଥୀ କଞ୍ଜରଭେଟିଭ୍‌ ପାର୍ଟି ପାଇଁ ଏହି ନିର୍ବାଚନ ଅସ୍ତିତ୍ୱ ବଜାୟ ପାଇଁ ଅଗ୍ନିପରୀକ୍ଷା ହେବ ବୋଲି ବିଶ୍ଳେଷକମାନେ ମତ ଦେଇଛନ୍ତି।

ଲଣ୍ଡନ୍‌ର ୧୦ ଡାଉନିଂ ଷ୍ଟ୍ରିଟ୍‌ରୁ ପ୍ରଥମ ଭାରତୀୟ ବ୍ରିଟିଶ ପ୍ରଧାନମନ୍ତ୍ରୀ ସୁନକ୍‌ କହିଛନ୍ତି, ଗତ ୫ ବର୍ଷ ଦେଶ ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସର୍ବାଧିକ ଆହ୍ବାନପୂର୍ଣ୍ଣ ରହିଥିଲା। ଆଗାମୀ ଦିନଗୁଡ଼ିକରେ ମୁଁ ଆପଣମାନଙ୍କ ପ୍ରତ୍ୟେକ ଭୋଟ ପାଇଁ ସଂଘର୍ଷ କରିବି। ଆମ ପାଖରେ ଏକ ସ୍ପଷ୍ଟ ଯୋଜନା ରହିଛି। ଆସନ୍ତା ସପ୍ତାହରେ ପାର୍ଲାମେଣ୍ଟ ଭଙ୍ଗ କରାଯିବ। ଏହା ପରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ।

କିଛିଦିନ ହେଲା ସୁନକ୍‌ଙ୍କ ବିରୋଧରେ ଶାସକ କଞ୍ଜରଭେଟିଭ୍‌ ପାର୍ଟିର କେତେଜଣ ଏମ୍‌ପି ଅନାସ୍ଥା ପ୍ରସ୍ତାବ ଆଣିବା ପାଇଁ ଦାବି କରିଆସୁଛନ୍ତି। ଜଣେ ଏମ୍‌ପି ଦଳର ସାମ୍ପ୍ରତିକ ସ୍ଥିତିକୁ ଭୟଙ୍କର ବୋଲଇ ଦର୍ଶାଇଛନ୍ତି। ବ୍ରିଟେନରେ ସାଧାରଣ ନିର୍ବାଚନ ସାଧାରଣତଃ ଗୁରୁବାର ଅନୁଷ୍ଠିତ ହୋଇଥାଏ। ୧୯୩୧ ଅକ୍ଟୋବର ୨୭ରୁ ଏହି ପରମ୍ପରା ପ୍ରଚଳିତ। ଜୁଲାଇ ୪ ମଧ୍ୟ ଗୁରୁବାର ପଡ଼ୁଛି। ପାର୍ଲାମେଣ୍ଟର ପ୍ରଥମ ବୈଠକର ୫ ବର୍ଷ ପୂରଣ ହେବା ପରେ ପାର୍ଲାମେଣ୍ଟକୁ ଭଙ୍ଗ କରାଯାଇଥାଏ। ବର୍ତ୍ତମାନର ପାର୍ଲାମେଣ୍ଟ ୨୦୨୪ ଡିସେମ୍ବର ୧୭ରେ ୫ ବର୍ଷ ପୂରଣ କରିଥାନ୍ତା। କିନ୍ତୁ ଦଳ ଭିତରେ ସୁନକ୍‌ଙ୍କ ବିରୋଧରେ ବିଦ୍ରୋହ ବଢ଼ିବାରେ ଲାଗିଥିବାରୁ ସେ ଆଗୁଆ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି।

ପାର୍ଲାମେଣ୍ଟ ଭଙ୍ଗ ହେବା ପରେ ନିର୍ବାଚନ ପ୍ରସ୍ତୁତି ପାଇଁ ୨୫ ଦିନ ସମୟ ଦିଆଯାଇଥାଏ। ନିର୍ଦ୍ଧାରିତ ପ୍ରକ୍ରିୟାର ପାଳନ ହୋଇଥିଲେ, ୨୦୨୫ ଜାନୁଆରୀ ୨୮ ପୂର୍ବରୁ ବ୍ରିଟେନରେ ନିର୍ବାଚନ ହୋଇଥାନ୍ତା। ପ୍ରକାଶ ଯେ, ୪୪ ବର୍ଷୀୟ ସୁନକ୍‌ ହେଉଛନ୍ତି, ଇନ୍‌ଫୋସିସ୍‌ ସହପ୍ରତିଷ୍ଠାତା ଏନ୍‌.ଆର୍‌. ନାରାୟଣମୂର୍ତ୍ତିଙ୍କ ଜ୍ୱାଇଁ। ନାରାୟଣମୂର୍ତ୍ତିଙ୍କ ଝିଅ ଅକ୍ଷତା ଓ ଋଷି ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଉଭୟଙ୍କ ମିଳିତ ସମ୍ପତ୍ତି ପରିମାଣ ଚଳିତ ବର୍ଷ ୬୨୯ରୁ ୬୫୧ ନିୟୁତ ପାଉଣ୍ଡକୁ ବୃଦ୍ଧି ପାଇଛି। ଏଥିସହ ୬୧୦ ନିୟୁତ ପାଉଣ୍ଡର ଅଧିକାରୀ କିଙ୍ଗ୍‌ ଚାଲର୍‌ସଙ୍କଠାରୁ ଏହି ଦମ୍ପତି ଅଧିକ ଧନୀ ମାନ୍ୟତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri