ରୁଷିଆ ଉପରେ ପୁଣି ଡ୍ରୋନ ଆକ୍ରମଣ କଲା ୟୁକ୍ରେନ୍‌,୩ ବନ୍ଦରରେ ବିମାନ ଉଡ଼ାଣ ବନ୍ଦ…

ମସ୍କୋ,୨୬।୮ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ ବନ୍ଦ ହେବାର ନାମ ନେଉନାହିଁ। ଉଭୟ ଦେଶ କ୍ରମାଗତ ଭାବେ ପରସ୍ପର ଉପରେ ଆକ୍ରମଣ କରୁଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଶନିବାର ମସ୍କୋ ଉପରେ ୟୁକ୍ରେନର ଡ୍ରୋନ ଆକ୍ରମଣ ଯୋଗୁ ଏଠାରେ ତିନୋଟି ପ୍ରମୁଖ ବିମାନ ବନ୍ଦରରେ ଉଡ଼ାଣକୁ ସାମୟିକ ଭାବେ ବନ୍ଦ କରିବାକୁ ପଡିଛି।

 

ଏକ ରିପୋର୍ଟ ଅନୁଯାୟୀ, ଶେରେମେଟେଭୋ, ଡୋମୋଡେଡୋଭୋ ଏବଂ ଭ୍ନୁକୋଭୋ ବିମାନବନ୍ଦର ଶନିବାର ସମସ୍ତ ବିମାନ ଚଳାଚଳ ସ୍ଥଗିତ ରଖାଯାଇଛି। ରୁଷିଆର ରାଜଧାନୀ ଉପରେ ଡ୍ରୋନ ଆକ୍ରମଣ ଯୋଗୁ ମସ୍କୋ ଏକ ସପ୍ତାହ ମଧ୍ୟରେ ତୃତୀୟ ଥର ପାଇଁ ପ୍ରମୁଖ ବିମାନବନ୍ଦର ବନ୍ଦ କରିଛି।

ଏଥି ସହିତ ରାଜଧାନୀ ତଥା ଏହାର ଆଖପାଖ ଅଞ୍ଚଳରେ ହୋଇଥିବା ଆକ୍ରମଣ ଘଟଣାରେ ରୁଷିଆର ଅଧିକାରୀମାନେ ୟୁକ୍ରେନକୁ ଦାୟୀ କରିଛନ୍ତି। କିନ୍ତୁ ୟୁକ୍ରେନ ଅଧିକାରୀମାନେ ଏପର୍ଯ୍ୟନ୍ତ ଏନେଇ କିଛି ନିଶ୍ଚିତ କରିନାହାଁନ୍ତି।

ୟୁକ୍ରେନ ଡ୍ରୋନ ଆକ୍ରମଣ ପୂର୍ବରୁ ମଧ୍ୟ ମସ୍କୋ ଅଞ୍ଚଳର ସମସ୍ତ ପ୍ରମୁଖ ବିମାନବନ୍ଦରକୁ ବନ୍ଦ କରିବାକୁ ପଡିଥିଲା, ଯାହା ଦ୍ୱାରା ବିମାନ ଉଡ଼ାଣ ବ୍ୟାହତ ହୋଇଥିଲା। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ କୌଣସି କ୍ଷୟକ୍ଷତିର ଖବର ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?