ରୁଷିଆ ତୈଳ ଡିପୋ ଉପରେ ଆକ୍ରମଣ କଲା ୟୁକ୍ରେନ

କ୍ୱିଭ୍‌,୧।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦେଢ ମାସରୁ ଅଧିକ ହେବ ଯୁଦ୍ଧ ଚାଲିଛି। ଏହି ଯୁଦ୍ଧରେ ରୁଷିଆ ପଛକୁ ଫେରିବାକୁ ପ୍ରସ୍ତୁତ ନ ଥିବାବେଳେ ୟୁକ୍ରେନ ମଧ୍ୟ ନଇଁବାକୁ ରାଜି ହେଉ ନାହିଁ। ଶୁକ୍ରବାର ୟୁକ୍ରେନ ରୁଷିଆର ତୈଳ ଡିପୋ ଉପରେ ଆକ୍ରମଣ କରିଛି। ରୁଷିଆର ବେଲଗୋରୋଦ ସହରର ରାଜ୍ୟପାଳ ଦାବି କରିଛନ୍ତି, ୟୁକ୍ରେନ ସୀମାବର୍ତ୍ତୀ ଏକ ତୈଳ ଡିପୋ ଉପରେ ୟୁକ୍ରେନ ସୈନ୍ୟବାହିନୀ ଦ୍ୱାରା ଏୟାର ଷ୍ଟ୍ରାଇକ କରାଯାଇଛି। ଶୁକ୍ରବାର ସକାଳେ ଏଠାରେ ଥିବା ତୈଳ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ଖବର ଆସିଥିଲା।
ସୂଚନାଯୋଗ୍ୟ, ରୁଷିଆ ମଧ୍ୟ ୟୁକ୍ରେନ ଉପରେ ଆକ୍ରମଣ ଜୋରଦାର କରିଛି। ଏଭଳି ପରିସ୍ଥିତିରେ ୟୁକ୍ରେନରେ ଭୀଷଣ ବିନାଶ ଜାରି ରହିଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ଅଷ୍ଟ୍ରେଲିଆ, ନେଦରଲ୍ୟାଣ୍ଡ ଏବଂ ବେଲଜିୟମର ସଂସଦକୁ ସମ୍ବୋଧିତ କରିବାବେଳେ କହିଛନ୍ତି, ମୁଁ ରୁଷିଆ ବିରୋଧରେ ଠୋସ ପଦକ୍ଷେପକୁ ଅପେକ୍ଷା କରିଛି।  ଆକ୍ରମଣ ଶେଷ ନ ହେବା ପର୍ଯ୍ୟନ୍ତ ଆମକୁ ଆକ୍ରମଣକାରୀଙ୍କ ଉପରେ ଚାପ ପକାଇବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri