ସ୍ବାଧୀନତା ଦିବସ ପାଳିଲା ୟୁକ୍ରେନ୍‌

କିଭ୍‌/ଓ୍ବାଶିଂଟନ୍‌, ୨୫ା୮: ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ୬ ମାସ ପୂରିଯାଇଥିବାବେଳେ ବୁଧବାର ଏହି ପୂର୍ବ ୟୁରୋପୀୟ ଦେଶ ୩୧ ତମ ସ୍ବାଧୀନତା ଦିବସ ପାଳନ କରିଛି। ଏହି ଦିନ ରୁଷିଆ କିଭ୍‌କୁ ଟାର୍ଗେଟ କରିବା ଆଶଙ୍କା ଥିବାବେଳେ ମସ୍କୋ ସେଭଳି କିଛି ଆକ୍ରମଣ କରି ନ ଥିବା ଜଣାପଡ଼ିଛି। ଏହି ଦୃଷ୍ଟିରୁ ରାଜଧାନୀରେ କୌଣସି ପ୍ରକାର ରାଲି ଆୟୋଜନ ଉପରେ କଟକଣା ଲଗାଯାଇଥିଲା। ସକାଳେ ସାଇରନ୍‌ ଶବ୍ଦରେ କିଭ୍‌ ବାସୀଙ୍କ ନିଦ ଭାଙ୍ଗିଥିବାବେଳେ ନିରାଡମ୍ବରଭାବେ ସେମାନେ ସ୍ବାଧୀନତା ଦିବସ ପାଳନ କରିଛନ୍ତି। ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଏବଂ ସ୍ତ୍ରୀ ଓଲେନା ୟୁକ୍ରେନ୍‌ ପାଇଁ ଜୀବନବଳି ଦେଇଥିବା ସୁରକ୍ଷାକର୍ମୀ, ସୈନ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ୬ ମାସ ଧରି ଶକ୍ତିଶାଳୀ ରୁଷିଆ ବିରୋଧରେ ସାହସିକତାର ସହ ଲଢ଼େଇ କରିଥିବାରୁ ଆମେରିକା ସମେତ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନ୍‌କୁ ପ୍ରଶଂସା କରିଛନ୍ତି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ୟୁକ୍ରେନ୍‌କୁ ଅତିରିକ୍ତ ସାମରିକ ସହାୟତା ଭାବେ ୩ ବିଲିୟନ ଡଲାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍‌ରେ ଏୟାର ଡିଫେନ୍ସ ସିଷ୍ଟମ, ଆର୍ଟିଲାରି ସିଷ୍ଟମ, ଡ୍ରୋନ୍‌ ଏବଂ ଅନ୍ୟ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ରହିବ। ଅପରପକ୍ଷେ ବ୍ରିଟେନର ବିଦାୟୀ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ବୁଧବାର କିଭ୍‌ରେ ପହଞ୍ଚି ଜେଲେନ୍‌ସ୍କିଙ୍କୁ ଭେଟିଛନ୍ତି। ୟୁକ୍ରେନ୍‌ ନିଶ୍ଚିତ ଭାବେ ଏହି ଯୁଦ୍ଧ ଜିତିପାରିବ ଏବଂ ଜିତିବ ବୋଲି ବୋରିସ୍‌ କହିଛନ୍ତି।

ଯୁଦ୍ଧ ବନ୍ଦ ପାଇଁ ପୋପ୍‌ଙ୍କ ଆହ୍ବାନ

ସୋଭିଏଟ୍‌ ସଂଘଠାରୁ ଅଲଗା ହୋଇ ୩୧ତମ ସ୍ବାଧୀନତା ଦିବସ ପାଳିଥିବା ୟୁକ୍ରେନ୍‌ରେ ଯୁଦ୍ଧ ବନ୍ଦ କରିବା ପାଇଁ କ୍ୟାଥୋଲିକ୍‌ ଚର୍ଚ୍ଚ ମୁଖ୍ୟ ପୋପ୍‌ ଫ୍ରାନ୍ସିସ୍‌ ଆହ୍ବାନ ଦେଇଛନ୍ତି। ଭାଟିକାନ୍‌ରେ ଆୟୋଜିତ ସାପ୍ତାହିକ କାର୍ଯ୍ୟକ୍ରମରେ ପୋପ୍‌ କହିଛନ୍ତି, ୬ ମାସ ହେଲା ୟୁକ୍ରେନ୍‌ବାସୀ ଯୁଦ୍ଧର ଭୟାବହ ପରିଣତି ଭୋଗୁଛନ୍ତି। ସେଠାରେ ଆଣବିକ ବିପର୍ଯ୍ୟୟର ମଧ୍ୟ ଆଶଙ୍କା ରହିଛି। ଏପରି ଘଟିବାକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯିବା ଜରୁରୀ ବୋଲି ପୋପ୍‌ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri