ୟୁକ୍ରେନ୍‌ର ଦାବି, ୩୧ ହଜାରରୁ ଅଧିକ ରୁଷୀୟ ସୈନ୍ୟଙ୍କ ଘଟିଲାଣି ମୃତ୍ୟୁ…

କ୍ୱିଭ୍‌, ୬।୬ : ରୁଷ-ୟୁକ୍ରେନ ଯୁଦ୍ଧ ଶେଷ ହେବାର ନା ଧରୁନି। ଇତିମଧ୍ୟରେ ରୁଷିଆ ପୂର୍ବ ୟୁକ୍ରେନ ସହର ସେଭେରୋଡନେଟସ୍କ ଉପରେ ବହୁ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ଏହି ବିସ୍ଫୋରଣ ଯୋଗୁ କୌଣସି କ୍ଷୟକ୍ଷତିର ଖବର ମିଳି ନାହିଁ। କିଛି ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଦାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ୟୁକ୍ରେନର ସଶସ୍ତ୍ର ବାହିନୀର ଜେନେରାଲ ଷ୍ଟାଫ ଦାବି କରିଛନ୍ତି ଯେ ଏପର୍ଯ୍ୟନ୍ତ ରୁଷିଆର ୩୧ ହଜାରରୁ ଅଧିକ ସୈନ୍ୟଙ୍କର ଯୁଦ୍ଧରେ ମୃତ୍ୟୁ ଘଟିଲାଣି। ଏଥିସହିତ ୧୩୭୬ ରୁଷିଆ ଟ୍ୟାଙ୍କ ଏବଂ ୨୧୦ ରୁ ଅଧିକ ଯୁଦ୍ଧ ବିମାନ ନଷ୍ଟ ହୋଇଯାଇଛି। ଏହି ସଂଖ୍ୟା ଯୁଦ୍ଧ ଆରମ୍ଭରୁ ଅର୍ଥାତ୍‌ ଫେବୃଆରୀ ୨୪ ରୁ ଜୁନ ୩ ପର୍ଯ୍ୟନ୍ତ ବୋଲି ୟୁକ୍ରେନ୍‌ କହିଛି।

ସେଭେରୋଡୋନେଟସ୍କରେ ଯୁଦ୍ଧ ସମୟରେ ୟୁକ୍ରେନ ସୈନ୍ୟମାନେ ରୁଷିଆର ସୈନ୍ୟମାନଙ୍କୁ ପଛକୁ ହଟାଇ ଦେଇଥିବା ୟୁକ୍ରେନ୍‌ ଦାବି କରିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ ରୁଷିଆର ସୈନ୍ୟବାହିନୀ ସହରର ଅଧିକାଂଶ ଅଂଶକୁ ଦଖଲ କରି ନେଇଥିବା ବେଳେ ୟୁକ୍ରେନ ସୈନ୍ୟ ଏହାର ଅଳ୍ପ କେତେକ ଅଂଶକୁ ପୁନର୍ବାର ନିଜ ଦଖଲକୁ ଆଣିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri