ପୁଟିନ୍‌ଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର ରଚିଥିଲା ୟୁକ୍ରେନ୍‌…

ମସ୍କୋ/କ୍ୱିଭ୍‌, ୨୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଷୟରେ ଏନେଇ ସାରା ବିଶ୍ୱରେ ସମାଲୋଚନା ହେବାରେ ଲାଗିଛି। ଯୁଦ୍ଧ ପାଇଁ ପୁଟିନଙ୍କୁ ଦାୟୀ କରାଯାଉଛି। ତେବେ ଏାବେ ଆଉ ଏକ ସମ୍ବେଦନଶୀଳ ଦାବି ସାମ୍ନାକୁ ଆସିଛି। ଦୁଇ ମାସ ପୂର୍ବେ ପୁଟିନଙ୍କୁ ହତ୍ୟା କରିବାକୁ ଚେଷ୍ଟା କରାଯାଇଥିଲା କିନ୍ତୁ ତାଙ୍କର ଭାଗ୍ୟ ଭଲ ଥିବାରୁ ସେ ଖସି ପଳାଇଥିଲେ। ତାଙ୍କୁ ହତ୍ୟା କରିବା ଲାଗି ଷଡ଼ଯନ୍ତ୍ର ରଚା ଯାଇଥିଲା।

ୟୁକ୍ରେନ୍‌ର ଜଣେ ବରିଷ୍ଠ ଅଧିକାରୀ ୟୁକ୍ରେନ ଅନଲାଇନ ନ୍ୟୁଜ ଏଜେନ୍ସିକୁ ଏାନେଇ ସୂଚନା ପ୍ରଦାନ କରିଛନ୍ତି। ୟୁକ୍ରେନର ପ୍ରତିରକ୍ଷା ଇଣ୍ଟେଲିଜେନ୍ସର ମୁଖ୍ୟ ମେଜର ଜେନେରାଲ କିର୍ଲୋ ବୁଡାନୋଭ କହିଛନ୍ତି ଯେ କୃଷ୍ଣସାଗର ଏବଂ କାସ୍ପିଆନ ସାଗର ମଧ୍ୟରେ ଥିବା କାକେଶସ ନାମକ ଏକ ସ୍ଥାନରେ ଏହି ବିଫଳ ପ୍ରୟାସ କରାଯାଇଥିଲା। ସ୍କାଏ ନ୍ୟୁଜକୁ ଦେଇଥିବା ଏକ ସାକ୍ଷାତକାରରେ ସେ ପୂର୍ବାନୁମାନ କରିଛନ୍ତି ଯେ ଅଗଷ୍ଟ ମଧ୍ୟଭାଗରେ ୟୁକ୍ରେନ ଯୁଦ୍ଧ ଏକ ମୋଡ଼ରେ ପହଞ୍ଚିବ ଏବଂ ଚଳିତ ବର୍ଷ ଶେଷ ସୁଦ୍ଧା ଶେଷ ହେବ।

ରୁଷିଆରେ ନେତୃତ୍ୱ ପରିବର୍ତ୍ତନ ପାଇଁ ପୁଟିନଙ୍କ ସ୍ବାସ୍ଥ୍ୟ ବିଷୟରେ ପୂର୍ବରୁ ବିଭିନ୍ନ ଖବର ପ୍ରଚାର କରାଯାଉଛି। ଏହି ରିପୋର୍ଟ ପରେ ପୁଟିନଙ୍କ ସ୍ବାସ୍ଥ୍ୟ ଚିନ୍ତା ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହା ନିଶ୍ଚିତ ହୋଇପାରି ନାହିଁ । ଅପରପକ୍ଷରେ, ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ବର୍ତ୍ତମାନ ପର୍ଯ୍ୟନ୍ତ ବନ୍ଦ ହେବାର ନାମ ନେଉନାହିଁ।

କୁହାଯାଉଛି ଯେ ୟୁକ୍ରେନ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିବ ଏବଂ ପୁଟିନ ଏଥିପାଇଁ ଯୋଜନା କରୁଛନ୍ତି। ନିକଟରେ ଆମେରିକାର ନ୍ୟାଶନାଲ ଇଣ୍ଟେଲିଜେନ୍ସର ନିର୍ଦ୍ଦେଶକ ଆଭ୍ରିଲ ହେନ୍ସ କହିଛନ୍ତି ଯେ ପୁଟିନ ଡୋନାବାସ ଅଞ୍ଚଳରେ ନିଜର ଅଭିଯାନ ଶେଷ ନ କଲା ପର୍ଯ୍ୟନ୍ତ ଯୁଦ୍ଧକୁ ସମାପ୍ତ କରିବେ ନାହିଁ। ବର୍ତ୍ତମାନ ପର୍ଯ୍ୟନ୍ତ, ଏହି ପ୍ରସଙ୍ଗରେ ରୁଷିଆ ପକ୍ଷରୁ କୌଣସି ବିବୃତ୍ତି ଜାରି କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri