Posted inଜାତୀୟ

ଏୟାର ଲିଫ୍ଟରେ ସାମିଲ ହେଲା ଭାରତୀୟ ବାୟୁସେନା

ନୂଆଦିୀଲ୍ଲୀ,୨।୩: ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ କେନ୍ଦ୍ର ସରକାର ‘ଅପରେସନ ଗଙ୍ଗା’କୁ ଜୋରଦାର କରିଛନ୍ତି। ଏହିକ୍ରମରେ ଭାରତୀୟ ନାଗରିକମାନଙ୍କୁ ଫେରାଇ ଆଣିବା ପାଇଁ ଆଗାମୀ ୩ ଦିନ ମଧ୍ୟରେ ୨୬ଟି ବିମାନ ଉଡ଼ାଣ ଭରିବାର କାର୍ଯ୍ୟକ୍ରମ ରହିଛି। ଏବେ ଅପରେଶନ ଗଙ୍ଗାରେ ଭାରତୀୟ ବାୟୁସେନା ମଧ୍ୟ ସାମିଲ ହୋଇଛି। ଭାରତୀୟ ବାୟୁସେନାର ସି-୧୭ ବିମାନ ରୋମାନିଆରୁ ଭାରତୀୟଙ୍କୁ ଫେରାଇ ଆଣିବ। ବୁଧବାର ୟୁକ୍ରେନରୁ ରୋମାନିଆକୁ ଭାରତୀୟ ନାଗରିକଙ୍କୁ ଆଣିବା ପାଇଁ ଭାରତୀୟ ବାୟୁସେନାର ସି-୧୭ ବିମାନ ଉଡାଣ ଭରିଛି। ସି-୧୭ ଗ୍ଲୋବମାଷ୍ଟର ହିନ୍ଦନ ଏୟାରବେସ୍‌ରୁ ରୋମାନିଆ ପାଇଁ ଡଡ଼ାଣ ଭରିଥିବା ଜଣାପଡ଼ିଛି। ଅନ୍ୟପଟେ ରୋମାନିଆର ବୁଖାରେଷ୍ଟ ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାରତୀୟଙ୍କ ସହ କଥା ହୋଇଛନ୍ତି। ସୂଚନାଯୋଗ୍ୟ, ୟୁକ୍ରେନରେ ପ୍ରାୟ ୨୦ହଜାର ଭାରତୀୟ ଫସି ରହିଛନ୍ତି। ଏପର୍ଯ୍ୟନ୍ତ ପ୍ରାୟ ୧୨ହଜାର ଭାରତୀୟ ୟୁକ୍ରେନ ଛାଡ଼ିଛନ୍ତି। ୟୁକ୍ରେନରେ ପ୍ରାୟ ୬୦ ପ୍ରତିଶତ ଭାରତୀୟ ଫସିରହିଥିବା ବେଳେ ଅବଶିଷ୍ଟ ୪୦ ପ୍ରତିଶତରୁ ଉର୍ଦ୍ଧ୍ୱ ଖାର୍କ୍ୱିଭରେ ଅଛନ୍ତି। ଆଉ କେତେକ ଭାରତୀୟ ଯୁଦ୍ଧ କ୍ଷେତ୍ରରୁ ବାହାରେ ରହିଛନ୍ତି ବୋଲି ବଦେଶିକ ସଚିବ ହର୍ଷ ବର୍ଦ୍ଧନ ଶ୍ରୀଙ୍ଗଲା କହିଛନ୍ତି। ଏଥିସହ ସମସ୍ତ ନାଗରିକ କ୍ୱିଭ ଛାଡିଛନ୍ତି ବୋଲି ହର୍ଷବର୍ଦ୍ଧନ ଶ୍ରୀଙ୍ଗଲା କହିଛନ୍ତି। ୟୁକ୍ରେନର ଖାର୍କ୍ୱିଭରେ ରୁଷିଆର ଆକ୍ରମଣରେ ଛାତ୍ର ନବୀନଙ୍କ ମୃତ୍ୟୁ ପରେ ଭାରତ ଅପରେଶନ ଗଙ୍ଗାକୁ ତୀବ୍ର କରିଛି। ଏହି ଅପରେଶନ ଅଧୀନରେ ଭାରତ ଫେବୃଆରୀ ୨୮ରୁ ମାର୍ଚ୍ଚ ୮ ମଧ୍ୟରେ ବୁଦ୍ଧାପେଷ୍ଟ, ବୁଖାରେଷ୍ଟ ଏବଂ ଅନ୍ୟାନ୍ୟ ସ୍ଥାନକୁ ମୋଟ ୪୬ଟି ବିମାନ ପଠାଇବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri