ରୁଷିଆକୁ ୟୁକ୍ରେନର ବଡ ଝଟ୍‌କା, ମୋସ୍କୱା କ୍ରୁଜ ଉପରେ ମିଶାଇଲ ମାଡ

କ୍ୱିଭ,୧୪ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୦ ଦିନ ହୋଇଥିବା ବେଳେ ଏହା କମ୍ ପରିବର୍ତ୍ତେ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି । ଏବେ ୟୁକ୍ରେନ୍ ସେନା ରୁଷିଆ ସେନାଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଇ ଚାଲିଛନ୍ତି । ଇତି ମଧ୍ୟରେ ରୁଷିଆ ସେନାଙ୍କୁ କଡା ଜବାବ ଦେବାକୁ ଯାଇ ସେମାନଙ୍କର ବହୁ କ୍ଷତି କରିଛି ୟୁକ୍ରେନ୍ ସେନା । ଏସବୁ ଭିତରେ ୟୁକ୍ରେନ୍ ରୁଷିଆକୁ ସବୁଠାରୁ ବଡ ଝଟକା ଦେଇଛି । ୟୁକ୍ରେନ୍ ପ୍ରତିରକ୍ଷା ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ୟୁକ୍ରେନ୍ ସେନା ମିଶାଇଲ ମାଡ କରି ବ୍ଲାକ ସି’ରେ ଥିବା ରୁଷିଆ ମିଶାଇଲ କ୍ରୁଜକୁ ନଷ୍ଟ କରିଦେଇଛନ୍ତି । ବ୍ଲାଷ୍ଟ ପରେ କ୍ରୁଜରେ ନିଆଁ ଲାଗି ଯାଇଛି । ଏହାଦ୍ୱାରା ରୁଷିଆର ଖୁବ୍ କ୍ଷତି ହୋଇଛି ।

ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି । ରୁଷିଆ ସେନାର ସୂଚନା ଅନୁଯାୟୀ, ଆକ୍ରମଣ ପୂର୍ବରୁ ସମସ୍ତ ସେନାଙ୍କୁ ବାହାରକୁ ବାହାର କରାଯାଇ ସାରିଥିଲା । ଏପଟେ ୟୁକ୍ରେନ୍ ପ୍ରତିରକ୍ଷା ମନ୍ତ୍ରଣାଳୟ ଦାବି କରିଛି, ଉକ୍ତ କ୍ରୁଜ ଉପରେ ୟୁକ୍ରେନ୍ ସେନା ୨ଟି ଆଣ୍ଟି ସିପ ମିଶାଇଲ ଦ୍ୱାରା ଆକ୍ରମଣ କରିଛନ୍ତି ଯାହା ଫଳରେ କ୍ରୁଜର ଅନେକ ‘କ୍ଷତି ହୋଇଛି । ମିଶାଇଲ ମାଡ ପରେ କ୍ରୁଜରେ ନିଆଁ ଲାଗି ଯାଇଛି । ହେଲେ ଏସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ପ୍ରମାଣ ଦିଆଯାଇ ନାହିଁ ।
ୟୁକ୍ରେନର ଦାବି ପରେ ରୁଷିଆ ତା’ର ସାମ୍ନା କରି କହିଛି କ୍ରୁଜରେ ବୋମା ଓ ଅନ୍ୟ ବାରୁଦ ଥିଲା । ତେଣୁ ବ୍ଲାଷ୍ଟ ପରେ କ୍ରୁଜରେ ନିଆଁ ଲାଗି ଯାଇଥିଲା । କିନ୍ତୁ ବ୍ଲାଷ୍ଟ କେମିତି ହୋଇଛି ଏବେ ତାର ଯାଞ୍ଚ କରାଯାଉଛି । ଏପଟେ ରୁଷିଆ ୟୁକ୍ରେନର ଦାବିକୁ ମାନିବାକୁ ପ୍ରସ୍ତୁତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri