ତୁର୍କିରେ ରୁଷିଆ ପ୍ରତିନିଧିଙ୍କୁ ପିଟିଲେ ୟୁକ୍ରେନ ସାଂସଦ, ଭିଡିଓ ସୋସିଆଲ ମିଡିଆରେ ଭାଇରାଲ

ଅଙ୍କାରା,୫।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ହେଲା ଜାରି ରହିଛି। ଏବେ ଏହି ଦୁଇ ଦେଶ ମଧ୍ୟରେ ତିକ୍ତତା ଏତେ ବଢିଯାଇଛି କି ପରସ୍ପରର ନାଗରିକ ନିଜ ଭିତରେ ଆକ୍ରମଣ କରିବା ଆରମ୍ଭ କଲେଣି। ତୁର୍କିରୁ ଏକ ଭିଡିଓ ଏବେ ସାମ୍ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଦେଖିବାକୁ ମିଳିଛି କି ୟୁକ୍ରେନର ଜଣେ ସାଂସଦ ରୁଷିଆର ପ୍ରତିନିଧିଙ୍କୁ ମାରପିଟ କରୁଛନ୍ତି। ଏହି ଭଡିଓ ୟୁକ୍ରେନର ଜଣେ ଖବରଦାତା ଜେସନ ଜେ ସ୍ମାର୍ଟ ତାଙ୍କ ଅଫିସିୟାଲ ଟୁଇଟ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଭିଡିଓକୁ ସୋସିଆଲ ମିଡିଆରେ ମିଲିୟନ ଭ୍ୟୁଜ ମିଳିଛି।

ସୂଚନାଯୋଗ୍ୟ, ତୁର୍କିର ରାଜଧାନୀ ଅଙ୍କାରରେ ପାର୍ଲାମେଣ୍ଟାରୀ ଆସେମ୍ଲି ଅଫ ବ୍ଲାକ ସି ଇକନମିକ କର୍ପୋରେଶନର ୧୬ ତମ ସାଧାରଣ ସଭା ଆୟୋଜିତ ହୋଇଛି। ଏହି ବୈଠକରେ ବ୍ଲାକ ସି ଅଞ୍ଚଳରେ ଥିବା ବିଭିନ୍ନ ଦେଶ ଏକାଠି ହୋଇଛନ୍ତି ଓ ଦ୍ୱିପାକ୍ଷିକ, ବହୁପାକ୍ଷିକ ସମ୍ପର୍କ ଏବଂ ଆର୍ଥିକ, ଟେକନିକ ଓ ସାମାଜିକ ସହଯୋଗ ବଢାଇବା ଉପରେ ଚର୍ଚ୍ଚା ହେଉଛି। ଏହି ବୈଠକରେ ସାମିଲ ହେବାକୁ ରୁଷିଆ ଓ ୟୁକ୍ରେନର ପ୍ରତିନିଧି ବି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri