ପୁଟିନଙ୍କ ସହ ସାକ୍ଷାତ କରିବା ପୂର୍ବରୁ ମୋଦିଙ୍କ ସହ କ’ଣ କଥା ହେଲେ ଜେଲେନ୍ସକି, ଏକ୍ସରେ ଦେଲେ ସୂଚନା

ନୂଆଦିଲ୍ଲୀ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବୈଠକ ପୂର୍ବରୁ ସୋମବାର ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ଦୁଇ ନେତାଙ୍କ ମଧ୍ୟରେ ଏକ ଲମ୍ବା ଆଲୋଚନା ହୋଇଥିଲା। ଜେଲେନ୍ସକି ନିଜେ ଟୁଇଟ୍‌ କରି ଏହି ଆଲୋଚନା ବିଷୟରେ ସୂଚନା ଦେଇଛନ୍ତି। ସେ କ’ଣ ଆଲୋଚନା ହୋଇଥିଲା ତାହା ମଧ୍ୟ କହିଛନ୍ତି। ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ରାଷ୍ଟ୍ରପତି ଜେଲେନ୍ସକିଙ୍କ ସହ କଥା ହେବା ଏବଂ ସାମ୍ପ୍ରତିକ ଘଟଣାବଳୀ ଉପରେ ତାଙ୍କର ମତାମତ ଶୁଣିବା ଏକ ଖୁସିର କଥା। ଏହି ବିବାଦର ଶୀଘ୍ର ଏବଂ ଶାନ୍ତିପୂର୍ଣ୍ଣ ସମାଧାନର ଆବଶ୍ୟକତା ଉପରେ ମୁଁ ଭାରତର ସ୍ଥାୟୀ ଦୃଷ୍ଟିକୋଣ ଶେୟାର କରିଛି। ଭାରତ ଏହି ଦିଗରେ ସମସ୍ତ ପ୍ରକାରର ଅବଦାନ ଦେବାକୁ ପ୍ରତିବଦ୍ଧ ଏବଂ ୟୁକ୍ରେନ ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବାକୁ ମଧ୍ୟ ପ୍ରସ୍ତୁତ। ଏହା ସହ ରୁଷିଆ ତୈଳ ଆମଦାନୀ କମ କରିବା ନେଇ ମଧ୍ୟ ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି। ଜେଲେନ୍ସକି Xରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୋର ଦୀର୍ଘ ସମୟ ଆଲୋଚନା ହୋଇଛି। ଆମେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା କରିଥିଲୁ। ଆମେ ଆମର ଦ୍ୱିପାକ୍ଷିକ ସମ୍ପର୍କ ଏବଂ ସାମଗ୍ରିକ କୂଟନୈତିକ ପରିସ୍ଥିତି ଉପରେ ଆଲୋଚନା କରିଥିଲୁ। ଆମ ଲୋକଙ୍କ ପ୍ରତି ତାଙ୍କର ଉଷ୍ମ ସମର୍ଥନ ପାଇଁ ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି କୃତଜ୍ଞ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri