ପୁଟିନଙ୍କ ସହ ସାକ୍ଷାତ କରିବା ପୂର୍ବରୁ ମୋଦିଙ୍କ ସହ କ’ଣ କଥା ହେଲେ ଜେଲେନ୍ସକି, ଏକ୍ସରେ ଦେଲେ ସୂଚନା

ନୂଆଦିଲ୍ଲୀ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବୈଠକ ପୂର୍ବରୁ ସୋମବାର ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ଦୁଇ ନେତାଙ୍କ ମଧ୍ୟରେ ଏକ ଲମ୍ବା ଆଲୋଚନା ହୋଇଥିଲା। ଜେଲେନ୍ସକି ନିଜେ ଟୁଇଟ୍‌ କରି ଏହି ଆଲୋଚନା ବିଷୟରେ ସୂଚନା ଦେଇଛନ୍ତି। ସେ କ’ଣ ଆଲୋଚନା ହୋଇଥିଲା ତାହା ମଧ୍ୟ କହିଛନ୍ତି। ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ରାଷ୍ଟ୍ରପତି ଜେଲେନ୍ସକିଙ୍କ ସହ କଥା ହେବା ଏବଂ ସାମ୍ପ୍ରତିକ ଘଟଣାବଳୀ ଉପରେ ତାଙ୍କର ମତାମତ ଶୁଣିବା ଏକ ଖୁସିର କଥା। ଏହି ବିବାଦର ଶୀଘ୍ର ଏବଂ ଶାନ୍ତିପୂର୍ଣ୍ଣ ସମାଧାନର ଆବଶ୍ୟକତା ଉପରେ ମୁଁ ଭାରତର ସ୍ଥାୟୀ ଦୃଷ୍ଟିକୋଣ ଶେୟାର କରିଛି। ଭାରତ ଏହି ଦିଗରେ ସମସ୍ତ ପ୍ରକାରର ଅବଦାନ ଦେବାକୁ ପ୍ରତିବଦ୍ଧ ଏବଂ ୟୁକ୍ରେନ ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବାକୁ ମଧ୍ୟ ପ୍ରସ୍ତୁତ। ଏହା ସହ ରୁଷିଆ ତୈଳ ଆମଦାନୀ କମ କରିବା ନେଇ ମଧ୍ୟ ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି। ଜେଲେନ୍ସକି Xରେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୋର ଦୀର୍ଘ ସମୟ ଆଲୋଚନା ହୋଇଛି। ଆମେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା କରିଥିଲୁ। ଆମେ ଆମର ଦ୍ୱିପାକ୍ଷିକ ସମ୍ପର୍କ ଏବଂ ସାମଗ୍ରିକ କୂଟନୈତିକ ପରିସ୍ଥିତି ଉପରେ ଆଲୋଚନା କରିଥିଲୁ। ଆମ ଲୋକଙ୍କ ପ୍ରତି ତାଙ୍କର ଉଷ୍ମ ସମର୍ଥନ ପାଇଁ ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି କୃତଜ୍ଞ।

 


Enter your email to get our daily news in your inbox.

All Right Reserved By Dharitri.Com

ହସିନା ସରକାରଙ୍କୁ ଗାଦିଚ୍ୟୁତ କରିବାର ଯୋଜନା ଆଗୁଆ ପ୍ରସ୍ତୁତ କରାଯାଇଥିଲା: ୟୁନୁସଙ୍କ ପୂର୍ବତନ ସଚିବ ଦେଲେ ଚମକାଇବା ଭଳି ତଥ୍ୟ

ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା।…

ଡମି, ଏକ ଇଟାଲୀୟ ପାସପୋର୍ଟ, ଘରୋଇ ଜେଟ…, ଫିଲ୍ମ ଷ୍ଟାଇଲରେ ବ୍ରାଜିଲରୁ ଆମେରିକା ପଳାଇ ଗଲେ ବୋଲସୋନାରୋ

ବ୍ରାସିଲିଆ,୨୯।୧୦: ସାମ୍ପ୍ରତିକ ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନରେ ପରାଜିତ ହେବା ପରେ, ପ୍ରାର୍ଥୀ ଫ୍ଲାଭିଓ ବୋଲସୋନାରୋଙ୍କୁ ଆଉ ସର୍ବସାଧାରଣରେ ଦେଖିବାକୁ ମିଳିନାହିଁ। ଲୋକଲୋଚନରୁ ଦୂରେଇ ରହି ସେ ନିଜ…

ରୁଷିଆ ଆକ୍ରମଣରେ ଥରି ଉଠିଲା ୟୁକ୍ରେନ; ରେଳ ଷ୍ଟେଶନ ଉପରେ ଡ୍ରୋନ ଆକ୍ରମଣରେ ୧୩ ମୃତ

କ୍ୱିଭ,୨୯।୧୦: ରୁଷିଆ ୟୁକ୍ରେନର ଡନିପ୍ରୋ ସହର ଉପରେ ଏକ ବଡ଼ ଧରଣର ଡ୍ରୋନ ଆକ୍ରମଣ କରିଛି, ଯେଉଁଥିରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୦ରୁ ଅଧିକ…

ବାଣ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ନାହାନ୍ତି ସୁପ୍ରିମକୋର୍ଟ; ବିରାଟ କୋହଲିଙ୍କ ନାମ ନେଇ କହିଲେ ଏମିତି

ନୂଆଦିଲ୍ଲୀ,୨୯।୧୦: ସୁପ୍ରିମକୋର୍ଟ କହିଛନ୍ତି ଯେ ଦିଲ୍ଲୀ-ଏନସିଆର (Delhi-NCR) ରେ ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ସେ ନାହାନ୍ତି; ବରଂ, କୋର୍ଟ ଏକ ସନ୍ତୁଳିତ ନିର୍ଦ୍ଦେଶ…

ଆଶୁତୋଷ ସିହ୍ନା କିଏ? ପ୍ରଧାନମନ୍ତ୍ରୀଙ୍କ ଗଡ଼ରେ ଉଡ଼ାଇଲେ ଅଖିଲେଶଙ୍କ ପତାକା

ବାରାଣସୀ,୨୯।୧୦: ଉତ୍ତର ପ୍ରଦେଶର ୧୧ଟି ବିଧାନ ପରିଷଦ ଆସନ ପାଇଁ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଭାରତୀୟ ଜନତା ପାର୍ଟି (ଭାଜପା) ୬ଟି ଆସନ ଜିତିଥିବା ବେଳେ…

ଭାରତ ଉପରେ ‘ଏଲ ନିନୋ’ (El Ni୦o) ର ଗମ୍ଭୀର ପ୍ରଭାବ; ଦେଶରେ ୬ ମାସ ମଧ୍ୟରେ ୫୫ହଜାର ଲୋକଙ୍କର ହୋଇପାରେ ମୃତ୍ୟୁ!

ନୂଆଦିଲ୍ଲୀ,୨୯।୧୦: ‘ସୁପର’ ଏଲ ନିନୋ ଯୋଗୁ, ବିଶ୍ୱ ବୃଷ୍ଟିପାତ ଢାଞ୍ଚା ପରିବର୍ତ୍ତନ ହେଉଛି ଏବଂ 2026 ରେ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିକ୍ରିୟା ସ୍ବରୂପ, ‘କ୍ଲାଇମେଟ ଇମ୍ପାକ୍ଟ…

ଡିସେମ୍ବର ୧ରୁ ବଦଳିବ SBI କ୍ରେଡିଟ କାର୍ଡ ନିୟମ, ଏହି ସବୁ ପେମେଣ୍ଟରେ ଲାଗିବ ଅତିରିକ୍ତ ଶୁଳ୍କ

ନୂଆଦିଲ୍ଲୀ, ୨୯।୧୦: ଯଦି ଆପଣ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର କ୍ରେଡିଟ କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ୧ ଡିସେମ୍ବର…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଦଳିଯିବ ଗାଡ଼ି, ବ୍ୟାଙ୍କିଂ ଓ ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୯।୧୦: ଆସନ୍ତା ୧ ନଭେମ୍ୱର ୨୦୨୬ରୁ ଦେଶରେ ସାଧାରଣ ଲୋକଙ୍କ ପକେଟ, ବ୍ୟାଙ୍କିଙ୍ଗ ବ୍ୟବସ୍ଥା ଏବଂ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?