ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି ଜେଲନସ୍କି

କ୍ୱିଭ,୧୫ ।୯: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଏକ କାର ଦୁର୍ଘଟଣାର ଶିକାର ହୋଇଥିଲେ ବି ଅଳ୍ପକେ ବର୍ତ୍ତି ଯାଇଛନ୍ତିି । ହେଲେ ଏଥିରେ ତାଙ୍କୁ ସାମାନ୍ୟ ଆଘାତ ଲାଗିଛି । ୟୁକ୍ରେନର ମିଡିଆ ପୋର୍ଟାଲ ଦ କ୍ୱିଭ ଇଣ୍ଡିପେଣ୍ଡେଣ୍ଟକୁ ଜେଲେନସ୍କିଙ୍କ ପ୍ରବକ୍ତା ଦେଇଥିବା ସୂଚନା ଅନୁଯାୟୀ, ଏହି ଖବର ଦିଆଯାଇଛି । ଏହି ଦୁର୍ଘଟଣାରେ ଜେଲେନସ୍କିଙ୍କର ସେମିତି କିଛି କ୍ଷତି ହୋଇ ନାହିଁ । ତାଙ୍କୁ ସାମାନ୍ୟ ଆଘାତ ଲାଗିଛି । ଜେଲେନସ୍କିଙ୍କ ପ୍ରବକ୍ତା ସେରି ନ୍ୟାକିଫୋରୋବ ୧୫ ସେପ୍ଟେମ୍ବରରେ ଏକ ଫେସବୁକ ପୋଷ୍ଟରେ ସୂଚନା ଦେଇଥିଲେ କି ରାଷ୍ଟ୍ରପତି ଜେଲେନସ୍କିଙ୍କ କାର ସହ ଏକ କାର ଧକ୍କା ହୋଇଛି ।
ମିଡିଆ ପୋର୍ଟାଲର ସୂଚନା ଅନୁଯାୟୀ, ଦୁର୍ଘଟଣା ପରେ ଜଣେ ଡାକ୍ତର ଜେଲେନସ୍କି ଓ ତାଙ୍କ ଡ୍ରାଇଭରଙ୍କର ମେଡିକାଲ ଯାଞ୍ଚ କରିଛନ୍ତି । ସେରି ନ୍ୟାକିଫୋରୋବ କହିଛନ୍ତି ଏହି ଘଟଣାର ଯାଞ୍ଚ ଲ ଏନଫୋର୍ସମେଣ୍ଟ ଏଜେନ୍ସି କରିବ । ତେବେ କ୍ୱିଭରେ ରାଷ୍ଟ୍ରପତି ଯିବା ସମୟରେ ଏହି ଦୁର୍ଘଟଣା ଘଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri