ସେନାଙ୍କ ସହ କଫି ପିଇଲେ ଜେଲେନ୍‌ସ୍କି: ଭିଡିଓ ଭାଇରାଲ

କ୍ୱିଭ,୨୮।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଆଜି ହେଉଛି ପଞ୍ଚମ ଦିନ। ଶକ୍ତିଶାଳୀ ରୁଷିଆ ସୈନ୍ୟଙ୍କ ସମ୍ମୁଖରେ ୟୁକ୍ରେନ ସୈନ୍ୟ ଦୃଢ଼ତାର ସହ ଠିଆ ହୋଇ ଯୁଦ୍ଧ କରୁଛନ୍ତି। ଇତିମଧ୍ୟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଅନେକ ସମୟରେ ଜେଲେନ୍‌ସ୍କି ନିଜ ଦେଶବାସୀଙ୍କୁ ସମ୍ବୋଧିତ କରି ସେନା ଓ ଜନତାଙ୍କ ମନୋବଳ ବଢ଼ାଉଛନ୍ତି। ୟୁକ୍ରେନ୍‌ର ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଜେଲେନ୍‌ସ୍କି ଲଗାତର ଭାବେ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ତେବେ ନିକଟରେ ଭାଇରାଲ ହୋଇଥିବା ଭିଡିଓରେ ଜେଲେନ୍‌ସ୍କି ମିଲିଟାରୀ କ୍ୟାମ୍ପରେ କେତେକ ସୈନ୍ୟଙ୍କ ସହ ବସି କଫି ପିଉଥିବାର ନଜର ଆସିଛନ୍ତି। ଏହି ଭିଡିଓକୁ ଫେବୃଆରୀ ୨୬ରେ ଶେୟାର କରାଯାଇଥିବା ବେଳେ ମାତ୍ର ୨ଦିନରେ ୪୮ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ଏହି ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହୋଇଥିବା ବେଳେ ଯୁଦ୍ଧ ସମୟରେ ସୈନ୍ୟଙ୍କ ପାଖରେ ରାଷ୍ଟ୍ରପତି ବସିଥିବା ନେଇ ପ୍ରଶଂସା କରାଯାଉଛି। ଏହି ସମୟରେ ସୈନ୍ୟଙ୍କ ମନୋବଳ ବଢ଼ାଇ ରାଷ୍ଟ୍ରପତି ଜେଲେନ୍‌ସ୍କି ଏକ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଏହାପୂର୍ବରୁ ସେ ଯୁଦ୍ଧକୁ ଅଧାରେ ଛାଡ଼ି ପଳାୟନ କରିବାକୁ ମନା କରିଦେଇଥିଲେ। ସାଧାରଣ ଜନତାଙ୍କ ସହ ମିଶି ଜେଲେନ୍‌ସ୍କି ରୁଷିଆ ବିରୋଧରେ ଲଢ଼େଇ ଜାରି ରଖିବାକୁ କହି ବିଶ୍ୱର ହୃଦୟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri