ରୁଷିଆ କବଜାରୁ ଆଉ ତିନି ଅଞ୍ଚଳକୁ ଛଡାଇ ନେଲା ୟୁକ୍ରେନ୍‌

କ୍ୱିଭ,୭ ।୧୦: ବାଧ୍ୟତାମୂଳକ ସାମରିକ ସେବାକୁ ଭୟ କରି ଦେଶ ଛାଡି ପଳାଇଥିବା ଦାବି କରୁଥିବା ୨ ରୁଷିଆ ନାଗରିକ ବେରିଙ୍ଗ ସାଗରରେ ଥିବା ଏକ ସୁଦୂର ଆଲାସ୍କା ଦ୍ୱୀପରେ ପହଞ୍ଚିବା ପରେ ଆମେରିକାରେ ଶରଣ ନେଇଛନ୍ତି । ସିନେଟର ଲିସା ମୁର୍କୋଭସ୍କିଙ୍କ କାର୍ଯ୍ୟାଳୟ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି । ମୁର୍କୋଭସ୍କିଙ୍କ ପ୍ରବକ୍ତା କୈରିନା ବୋର୍ଗର ଇମେଲ ଜରିଆରେ କହିଛନ୍ତି, ତାଙ୍କ କାର୍ଯ୍ୟାଳୟ ଆମେରିକାର ତଟରକ୍ଷୀ ବାହିନୀ ଓ ସୀମା ଶୁଳ୍କ ଏବଂ ସୀମା ସୁରକ୍ଷା ବିଭାଗ ସହିତ ଯୋଗାଯୋଗରେ ରହିଛି ଏବଂ ରୁଷିଆର ନାଗରିକମାନେ ସେମାନଙ୍କୁ କହିଛନ୍ତି ବାଧ୍ୟତାମୂଳକ ସାମରିକ ସେବାକୁ ଏଡାଇବାକୁ ସେମାନେ ସେଠାରୁ ପଳାୟନ କରିଛନ୍ତି । ତଟରକ୍ଷକ ଓ କଷ୍ଟମ୍ସ ଏବଂ ସୀମା ସୁରକ୍ଷା ବିଭାଗର ପ୍ରବକ୍ତାମାନେ କହିଛନ୍ତି ଏହା ଆମେରିକାର ଆଭ୍ୟନ୍ତରୀଣ ସୁରକ୍ଷା ବିଭାଗର ମାମଲା । ହେଲେ ଗୁରୁବାର ବିଭାଗ ପକ୍ଷରୁ ଏହାକୁ ନେଇ କୌଣସି ପ୍ରତିକ୍ରିୟା ମିଳିନାହିଁ ।
ଅନ୍ୟପଟେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯେଉଁ ୪ଟି ୟୁକ୍ରେନ୍ ଅଞ୍ଚଳକୁ ୟରୋପରେ ସବୁଠାରୁ ବଡ ବିଲୟ ଭାବେ ନିଜ ଦେଶରେ ସାମିଲ କରିଥିଲେ ସେଥିମଧ୍ୟରୁ ଗୋଟିଏ ଖେରସାନରେ ୟୁକ୍ରେନ୍ ୩ ସହରକୁ ନିୟନ୍ତ୍ରଣକୁ ନେଇ ଯାଇଛି । ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି, ଖେରସାନର ଉତ୍ତର-ପୂର୍ବରେ ଥିବା ନୋଭୋଭୋସ୍କ୍ରିସେନ୍ସକେ, ନୋଭଗ୍ରେଗୋରିଭକା ଓ ପେତ୍ରୋପେବଲିଭକାକୁ ରୁଷିଆ କବଳରୁ ମୁକ୍ତ କରାଯାଇଛି । ଏପଟେ ପୁଣିଥରେ ଯୁଦ୍ଧକୁ ଫେରିବାକୁ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ ବଢାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri