Posted inଜାତୀୟ

ୟୁକ୍ରେନ୍‌ରୁ ଫେରିଥିବା ମେଡିକାଲ ଛାତ୍ରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୮।୩: ୟୁକ୍ରେନରୁ ଭାରତ ଫେରିଥିବା ଡାକ୍ତରୀ ଛାତ୍ରମାନଙ୍କୁ ଭାରତରେ ଏମ୍‌ବିବିଏସ୍‌ ଡିଗ୍ରୀ ହାସଲ କରିବାର ସୀମିତ ସୁଯୋଗ ଦିଆଯିବ। କେନ୍ଦ୍ର ସରକାରଙ୍କ ଏକ ଉତ୍ତର ପରେ ସୁପ୍ରିମକୋର୍ଟ ଏହାର ସମାଧାନ କରିଦେଇଛନ୍ତି। ସୁପ୍ରିମକୋର୍ଟର ଜଷ୍ଟିସ ବି.ଆର ଗଭାଇଙ୍କ ନେତୃତ୍ୱରେ ଏକ ବେଞ୍ଚ କହିଛନ୍ତି ଯେ, ୟୁକ୍ରେନ୍‌ରୁ ଫେରିଥିବା ଛାତ୍ରୀଛାତ୍ରମାନଙ୍କୁ ଭାରତର କଲେଜରେ ଆଡମିଶନ ନ ଦେବା ନିଷ୍ପତ୍ତିରେ ସେ କୌଣସି ଦଖଲ ଦେବେ ନାହିଁ। କାରଣ ନିୟମରେ ଏହାର କୌଣସି ସ୍ଥାନ ନାହିଁ। କିନ୍ତୁ ଉଭୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ମାତ୍ର ଗୋଟିଏ ଥର ସୁଯୋଗ ଦେବା ଠିକ ନୁହେଁ। ଉଭୟ ପରୀକ୍ଷାରେ ୨ଥର ସୁଯୋଗ ଦିଆଯିବା ଉଚିତ୍‌ ବୋଲି କୋର୍ଟ କହିଛନ୍ତି। ମଙ୍ଗଳବାର ଏହି ନିର୍ଦ୍ଦେଶ ସହିତ କୋର୍ଟ ସମସ୍ତ ଆବେଦନ ଉପରେ ଶୁଣାଣି ବନ୍ଦ କରିଦେଇଛନ୍ତି। ସୂଚନା ମୁତାବକ, ଗତ ବର୍ଷ ମାର୍ଚ୍ଚରେ ୟୁକ୍ରେନ୍‌ରୁ ଫେରିଥିବା ଡାକ୍ତରୀ ଛାତ୍ରମାନଙ୍କୁ ଭାରତର ମେଡିକାଲ କଲେଜରେ ପ୍ରବେଶ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା। ତେବେ ଭାରତ କଲେଜରେ ଏହି ଛାତ୍ରମାନଙ୍କୁ ଆଡମିଶନ ଦେବା ସମ୍ଭବ ନୁହେଁ ବୋଲି ସରକାର ସ୍ପଷ୍ଟ କରିଥିଲେ। କିନ୍ତୁ ସେମାନଙ୍କୁ ୨ଟି ଭାଗରେ ଏମ୍‌ବିବିଏସ୍‌ ପରୀକ୍ଷା ଦେଇ ଡିଗ୍ରୀ ହାସଲ କରିବାର ସୁଯୋଗ ଦିଆଯିବ ବୋଲି ସରକାର କହିଥିଲେ। ଏହି ସୁବିଧା କେବଳ ସେହି ଛାତ୍ରମାନଙ୍କୁ ଦିଆଯିବ, ଯେଉଁମାନଙ୍କର ୟୁକ୍ରେନରେ ଡାକ୍ତରୀ ପାଠ୍ୟକ୍ରମ ଶେଷ ୨ ବର୍ଷ ରହିଯାଇଥିଲା। ଏହି ପରୀକ୍ଷା ଭାରତୀୟ ପାଠ୍ୟକ୍ରମ ଅନୁଯାୟୀ ହେବ। ଏହାପରେ ୨ ବର୍ଷର ଇଣ୍ଟର୍ନସିପ୍‌ ମଧ୍ୟ କରିବାକୁ ପଡ଼ିବ। ଉଭୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ କେବଳ ଥରେ ମାତ୍ର ସୁଯୋଗ ଦିଆଯିବ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri