Posted inଜାତୀୟ

ୟୁକ୍ରେନ୍‌ରୁ ଫେରିଥିବା ମେଡିକାଲ ଛାତ୍ରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୮।୩: ୟୁକ୍ରେନରୁ ଭାରତ ଫେରିଥିବା ଡାକ୍ତରୀ ଛାତ୍ରମାନଙ୍କୁ ଭାରତରେ ଏମ୍‌ବିବିଏସ୍‌ ଡିଗ୍ରୀ ହାସଲ କରିବାର ସୀମିତ ସୁଯୋଗ ଦିଆଯିବ। କେନ୍ଦ୍ର ସରକାରଙ୍କ ଏକ ଉତ୍ତର ପରେ ସୁପ୍ରିମକୋର୍ଟ ଏହାର ସମାଧାନ କରିଦେଇଛନ୍ତି। ସୁପ୍ରିମକୋର୍ଟର ଜଷ୍ଟିସ ବି.ଆର ଗଭାଇଙ୍କ ନେତୃତ୍ୱରେ ଏକ ବେଞ୍ଚ କହିଛନ୍ତି ଯେ, ୟୁକ୍ରେନ୍‌ରୁ ଫେରିଥିବା ଛାତ୍ରୀଛାତ୍ରମାନଙ୍କୁ ଭାରତର କଲେଜରେ ଆଡମିଶନ ନ ଦେବା ନିଷ୍ପତ୍ତିରେ ସେ କୌଣସି ଦଖଲ ଦେବେ ନାହିଁ। କାରଣ ନିୟମରେ ଏହାର କୌଣସି ସ୍ଥାନ ନାହିଁ। କିନ୍ତୁ ଉଭୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ମାତ୍ର ଗୋଟିଏ ଥର ସୁଯୋଗ ଦେବା ଠିକ ନୁହେଁ। ଉଭୟ ପରୀକ୍ଷାରେ ୨ଥର ସୁଯୋଗ ଦିଆଯିବା ଉଚିତ୍‌ ବୋଲି କୋର୍ଟ କହିଛନ୍ତି। ମଙ୍ଗଳବାର ଏହି ନିର୍ଦ୍ଦେଶ ସହିତ କୋର୍ଟ ସମସ୍ତ ଆବେଦନ ଉପରେ ଶୁଣାଣି ବନ୍ଦ କରିଦେଇଛନ୍ତି। ସୂଚନା ମୁତାବକ, ଗତ ବର୍ଷ ମାର୍ଚ୍ଚରେ ୟୁକ୍ରେନ୍‌ରୁ ଫେରିଥିବା ଡାକ୍ତରୀ ଛାତ୍ରମାନଙ୍କୁ ଭାରତର ମେଡିକାଲ କଲେଜରେ ପ୍ରବେଶ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା। ତେବେ ଭାରତ କଲେଜରେ ଏହି ଛାତ୍ରମାନଙ୍କୁ ଆଡମିଶନ ଦେବା ସମ୍ଭବ ନୁହେଁ ବୋଲି ସରକାର ସ୍ପଷ୍ଟ କରିଥିଲେ। କିନ୍ତୁ ସେମାନଙ୍କୁ ୨ଟି ଭାଗରେ ଏମ୍‌ବିବିଏସ୍‌ ପରୀକ୍ଷା ଦେଇ ଡିଗ୍ରୀ ହାସଲ କରିବାର ସୁଯୋଗ ଦିଆଯିବ ବୋଲି ସରକାର କହିଥିଲେ। ଏହି ସୁବିଧା କେବଳ ସେହି ଛାତ୍ରମାନଙ୍କୁ ଦିଆଯିବ, ଯେଉଁମାନଙ୍କର ୟୁକ୍ରେନରେ ଡାକ୍ତରୀ ପାଠ୍ୟକ୍ରମ ଶେଷ ୨ ବର୍ଷ ରହିଯାଇଥିଲା। ଏହି ପରୀକ୍ଷା ଭାରତୀୟ ପାଠ୍ୟକ୍ରମ ଅନୁଯାୟୀ ହେବ। ଏହାପରେ ୨ ବର୍ଷର ଇଣ୍ଟର୍ନସିପ୍‌ ମଧ୍ୟ କରିବାକୁ ପଡ଼ିବ। ଉଭୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ କେବଳ ଥରେ ମାତ୍ର ସୁଯୋଗ ଦିଆଯିବ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମହାରାଷ୍ଟ୍ର ସରକାରରେ ପୁଣି ଫାଟ: ଶିବସେନା ମନ୍ତ୍ରୀଙ୍କୁ ଅଣଦେଖା

ପୁଣେ,୨୮।୮: ମହାରାଷ୍ଟ୍ରର ଶାସକ ମହାୟୁତି ମେଣ୍ଟ ଭିତରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ବିଶେଷକରି ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ଏକନାଥ ଶିନ୍ଦେ ଗୋଷ୍ଠୀ ମଧ୍ୟରେ ବିବାଦ…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri