Posted inଜାତୀୟ

ଅପରେଶନ ଗଙ୍ଗା: ଆଜି ୧୫ ବିମାନରେ ଉଦ୍ଧାର ହେବେ ୩ହଜାର ଭାରତୀୟ

ନୂଆଦିଲ୍ଲୀ,୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହୋଇଛି ୧୦ ଦିନ । ହେଲେ ସ୍ଥିତି ଏବେବି ଅଣାୟତ୍ତ । ୟୁକ୍ରେନ୍ ଉପରେ ରୁଷିଆ ବର୍ଷି ଚାଲିଛି ମିଶାଇଲ, ଗୁଳିଗୋଳା ଓ ବୋମା । ଥରି ଉଠିଛି ୟୁକ୍ରେନ୍ ମାଟି । ଏହାରି ଭିତରେ ୟୁକ୍ରେନ୍‌ରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଲଗାତାର ଜାରି ରହିଛି । ଶନିବାର ୟୁକ୍ରେନରେ ଫସି ରହିଥିବା ପ୍ରାୟ ୩ ହଜାର ଭାରତୀୟଙ୍କୁ ଅପରେଶନ ଗଙ୍ଗା ମାଧ୍ୟମରେ ୧୫ଟି ବିମାନରେ ସ୍ୱଦେଶ ଫେରାଇ ଅଣାଯିବାର ବ୍ୟବସ୍ଥା କରାଯାଇଛି । ଏଥିରେ ବାୟୁସେନାର ୪ଟି ବିମାନ ଥିବା ବେଳେ ଅନ୍ୟ ୧୧ଟି ସାଧାରଣ ବିମାନ ରହିଛି । ଏମାନଙ୍କ ମଧ୍ୟରୁ ୧୦ଟି ବିମାନ ନୂଆଦିଲ୍ଲୀରେ ଅବତରଣ କରିବାକୁ ଥିବା ବେଳେ ଗୋଟିଏ ମୁମ୍ବାଇରେ ଅବତରଣ କରିବାର ବ୍ୟବସ୍ଥା କରାଯାଇଛି । ସୂଚନାଯୋଗ୍ୟ, ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ପଶ୍ଚିମ ପଡୋଶୀ ଦେଶ ରୋମାନିଆ, ହଙ୍ଗେରୀ, ସ୍ଲୋଭାକିୟା ଓ ପୋଲାଣ୍ଡରୁ ବିଶେଷ ବିମାନ ଯୋଗେ ଭାରତ ଫେରାଇ ଅଣାଯାଉଛି । ରୁଷିଆର ଆକ୍ରମଣ ଯୋଗୁ ୟୁକ୍ରେନ ଆକାଶପଥ ୪ ଫେବୃୟାରୀରୁ ବନ୍ଦ ରହିଛି । ଏପଟେ ୟୁକ୍ରେନରେ ଫସି ରହିଥିବା ପ୍ରାୟ ୩,୭୭୨ ଭାରତୀୟଙ୍କୁ ଶୁକ୍ରବାର ୧୪ଟି ବିମନରେ ଉଦ୍ଧାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?