ମାନହୁଶରେ ୧୦୦ ଫୁଟ ଲମ୍ବା କବର

କ୍ୱିଭ,୨୩ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧର ପ୍ରତିଟି ଛବି ଯେମିତି ବଖାଣୁଛି ଯୁଦ୍ଧର ବିଭିଷିକା କଥା । ବେଳକୁ ବେଳ ଏଠାରେ ସ୍ଥିତି ଖରାପ ହେଉଥିବା ବେଳେ ୟୁକ୍ରେନ ଏକ ପ୍ରକାର ଧ୍ୱଂସ ସ୍ତୁପରେ ପରିଣତ ହେଲାଣି । ଏହାରି ଭିତରେ ସାମ୍ନାକୁ ଆସିଥିବା କିଛି କବର ସ୍ଥାନର ଚିତ୍ର ସାରା ବିଶ୍ୱବାସୀଙ୍କ ହୃଦୟକୁ ଦୋହଲାଇ ଦେଇଛି । ମେରିଉପୋଲର ମେୟର କେ ସଲାହାକାର ପେଟ୍ରୋ କହିଛନ୍ତି ରୁଷିଆ ସେନା ସହରର ପଶ୍ଚିମରେ ଥିବା ଅଞ୍ଚଳ ‘ମାନହୁଶ’ରେ ୧୦୦ ଫୁଟ ଲମ୍ବାର କିଛି ସାମୁହିକ କବର ଖୋଳିଛନ୍ତି । କୁହାଯାଉଛି କି ଏହି କବର ସ୍ଥାନ ନିକଟକୁ ମୃତଦେହ ଗୁଡିକ ଟ୍ରକରେ ଆଣି ସିଧା ଡମ୍ପ କରାଯାଇଛି । ପେଟ୍ରୋ ଏହାକୁ ଯୁଦ୍ଧ ଅପରାଧର ସ୍ପଷ୍ଟ ଚିତ୍ର ବୋଲି କହିଛନ୍ତି । ଏହାସହ ଏହାକୁ ଲୁଚାଇବାକୁ ଚେଷ୍ଟା ବି କରାଯାଇଥିବା କହିଛନ୍ତି ମେରିଉପୋଲର ମେୟର । ୟୁକ୍ରେନ୍ ଅଧିକାରୀ ଦାବି କରିଛନ୍ତି କି ମାରିଉପୋଲରେ ରୁଷିଆ ସେନାଙ୍କ ଦ୍ୱାରା ବୋମାମାଡରେ ସଡ଼କ ଉପରେ ୨୦ ହଜାର ଲୋକଙ୍କ ଜୀବନ ଯାଇଛି । ଏମାନଙ୍କ ମଧ୍ୟରେ ଶିଶୁ, ମହିଳା ଓ ବରିଷ୍ଠ ନାଗରିକ ସାମିଲ ଅଛନ୍ତି । ଏବେ ଏହି ମୃତଦେହ ଗୁଡିକ ଲୁଚାଇ ଦିଆଯାଇଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri