ଦୁଇ ଲକ୍ଷ ଶିଶୁଙ୍କୁ ବନ୍ଦୀକରି ରଖିଛି ରୁଷିଆ: ୟୁକ୍ରେନ୍‌

କ୍ୱିଭ,୬ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧ କିଛିଦିନ ମଧ୍ୟରେ ଶେଷ ହେବ ବୋଲି ଆଶା କରାଯାଉଛି । ହେଲେ ଏହାରି ଭିତରେ ଉଭୟ ଦେଶର ବହୁ କ୍ଷତି ହାଇଥିଲେ ବି କେହି ମୁଣ୍ଡ ନୁଆଇଁବାକୁ ରାଜି ନୁହେଁ । ରୁଷିଆ ଦ୍ୱାରା ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣକୁ ସାରା ବିଶ୍ୱ ନିନ୍ଦା କରିଥିବା ବେଳେ ବୁଚା ନରସଂହାର ବି ଆସିଥିଲା ଚର୍ଚ୍ଚାକୁ । ନିକଟରେ ମିଳିତ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରସ ୟକ୍ରେନର ବନ୍ଦର ସହରରେ ଫସି ରହିଥିବା ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ଓକିଲାତି କରିବାକୁ ମସ୍କୋ ଓ କ୍ୱିଭ ଯାତ୍ରା କରିଥିଲେ । ଏହାପରେ ଶହ ଶହ ଲୋକଙ୍କୁ ଉଦ୍ଧାର କରାଯାଇଥିଲା । ଏହି ଯୁଦ୍ଧରେ ଲଗାତାର ଭାବେ ସାଧାରଣ ନାଗରିକ ଟାର୍ଗେଟକୁ ଆସୁଥିବା ବେଳେ ହଜାର ହଜାର ନିର୍ଦ୍ଦୋଷଙ୍କର ମୃତ୍ୟୁ ହେଉଛି । ଆଉ ଅନ୍ୟପଟେ ଲକ୍ଷ ଲକ୍ଷ ଲୋକ ଘରଛାଡି ବାହାର ଦେଶରେ ଶରଣ ନେଇଛନ୍ତି । ଇତିମଧ୍ୟରେ ୟୁକ୍ରେନ୍ ଏବେ ରୁଷିଆ ଉପରେ ବଡ ଅଭିଯୋଗ ଆଣିଛି । ୟୁକ୍ରେନ୍ କହିଛି ମସ୍କୋର ସେନା ପାଖାପାଖି ୨ ଲକ୍ଷ ୟୁକ୍ରେନ୍ ଶିଶୁଙ୍କୁ ଜବରଦସ୍ତ ରୁଷିଆ ନେଇଯାଇଛନ୍ତି । ହେଲେ ରୁଷିଆ କହିଛି, ସେ ବହୁ ସଂଖ୍ୟାରେ ୟୁକ୍ରେନବାସୀଙ୍କୁ ଉଦ୍ଧାର କରି ପରେ ରୁଷିଆ ନେଇ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri