Posted inଜାତୀୟ

୨୪୦ ଛାତ୍ରଙ୍କୁ ନେଇ ଦିଲ୍ଲୀରେ ପହଞ୍ଚିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୮।୨: ଅପରେଶନ ଗଙ୍ଗା ଅନ୍ତର୍ଗତରେ ୬ଷ୍ଠ ଭାରତୀୟ ବିମାନ ୟୁକ୍ରେନରେ ଫସିରହିଥିବା ଛାତ୍ର ଓ ଭାରତୀୟ ନାଗରିକଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଛି। ହଙ୍ଗେରୀ ରାଜଧାନୀ ବୁଦ୍ଧାପେଷ୍ଟରୁ ୨୪୦ ଜଣ ଭାରତୀୟଙ୍କୁ ନେଇ ଏକ ବିମାନ ସେମାବାର ସନ୍ଧ୍ୟାରେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ବିମାନବନ୍ଦରରେ ସମସ୍ତ ଭାରତୀୟଙ୍କୁ କେନ୍ଦ୍ରମନ୍ତ୍ରୀ ମୁଖତାର ଆବ୍ବାସ ନକଭି ସ୍ବାଗତ କରିଛନ୍ତି। ୟୁକ୍ରେନ ଓ ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ନିରାପଦରେ ସେମାନଙ୍କୁ ହଙ୍ଗେରୀରୁ ସ୍ବଦେଶ ଅଣାଯିବାରୁ ଛାତ୍ରମାନେ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି କହିଛନ୍ତି, ଯଦି ଆବଶ୍ୟକ ହୁଏ ତେବେ ଭାରତୀୟମାନଙ୍କୁ ସୁରକ୍ଷିତ ଭାବେ ୟୁକ୍ରେନରୁ ବାହାର କରିବା ପାଇଁ ଭାରତୀୟ ବାୟୁସେନାର ସାହାଯ୍ୟ ମଧ୍ୟ ନିଆଯିବ। ତେବେ ମଲଡୋଭା ମାଧ୍ୟମରେ ଏକ ନୂତନ ମାର୍ଗ ଆରମ୍ଭ ହୋଇଛି। ଏହି ମାର୍ଗ ଜରିଆରେ ସମସ୍ତଙ୍କୁ ସାହାଯ୍ୟ ପହଞ୍ଚାଯିବ ବୋଲି ସେ କହିଛନ୍ତି। ଏପର୍ଯ୍ୟନ୍ତ ପ୍ରାୟ ୧୪୦୦ ଭାରତୀୟ ନାଗରିକଙ୍କୁ ନେଇ ୬ଟି ବିମାନ ଭାରତରେ ପହଞ୍ଚିଛି। ରୋମାନିଆ ରାଜଧାନୀ ବୁଖାରେଷ୍ଟ ଦେଇ ୪ଟି ଓ ହଙ୍ଗେରୀ ରାଜଧାନୀ ବୁଦ୍ଧାପେଷ୍ଟରୁ ୨ଟି ବିମାନ ଉଡାଣ ଭରିଛି। ଏତଦ୍‌ ବ୍ୟତୀତ ସମସ୍ତ ଭାରତୀୟ ନାଗରିକ ଓ ଛାତ୍ରଙ୍କୁ ପଶ୍ଚିମ ୟୁକ୍ରେନ ଆଡ଼କୁ ଯିବାକୁ ବାଗଚି ଅନୁରୋଧ କରିଛନ୍ତି। କାରଣ ସୀମାରେ ବହୁତ ଭିଡ଼ ରହିଛି। ନିକଟସ୍ଥ ସହରକୁ ଯାଇ ଅପେକ୍ଷା କରନ୍ତୁ, ସେଠାରେ ଭାରତୀୟ ଟିମ୍‌ ପକ୍ଷରୁ ସାହାଯ୍ୟ ପହଞ୍ଚାଯିବ ବୋଲି ବାଗଚି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri