ୟୁକ୍ରେନର ଚିନ୍ତା ବଢାଉଛି ଜୀବନ୍ତ ବୋମା, ନଷ୍ଟ ହେବାକୁ ଲାଗିବ ବର୍ଷ ବର୍ଷ

କ୍ୱିଭ,୧୯ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ସାରା ବିଶ୍ୱକୁ ଅଡୁଆରେ ପକାଇ ଦେଇଥିବା ବେଳେ ଏବେ ଚିନ୍ତା ହେଲାଣି ଯୁଦ୍ଧ ପରର ପରିସ୍ଥିତିକୁ ନେଇ । ରୁଷିଆ ଦ୍ୱାରା ୟୁକ୍ରେନ ଉପରେ କରାଯାଇଥିବା ବୋମା ମାଡକୁ ନେଇ ଏବେ ଚିନ୍ତା ପ୍ରକଟ କରିଛି ୟୁକ୍ରେନ୍ । ୟୁକ୍ରେନର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ରୁଷିଆ ଦ୍ୱାରା ଯେଉଁ ବୋମା ମାଡ କରାଯାଇଛି ଏଥିରେ କିଛି ବୋମା ଏବେବି ଅଫୁଟା ଅବସ୍ଥାରେ ରହିଛି । ପରେ ଏହି ବୋମା ଯେ କୌଣସି ସମୟରେ ଫୁଟିବାର ଭୟ ରହିଛି । ଏହାକୁ ନଷ୍ଟ କରି ଦିଆଗଲେ ହୁଏତ ବିପଦକୁ ଏଡାଇ ଦିଆଯାଇ ପାରନ୍ତା । କିନ୍ତୁ ୟୁକ୍ରେନର ଗୃହମନ୍ତ୍ରୀ କହିଛନ୍ତି ଯୁଦ୍ଧ ପରେ ଯେଉଁ ଅଫୁଟା ଜୀବନ୍ତ ବୋମା ଗୁଡିକ ରହିବ ତାକୁ ନଷ୍ଟ କରିବାକୁ ବର୍ଷ ବର୍ଷ ସମୟ ଲାଗିପାରେ । କେବଳ ରୁଷିଆ ଦ୍ୱାରା ପକାଯାଇଥିବା ବୋମା ନୁହେଁ ୟୁକ୍ରେନ ଦ୍ୱାରା ବ୍ୟବହାର କରାଯାଇଥିବା ବୋମାକୁ ବି ନଷ୍ଟ କରିବାକୁ ବର୍ଷ ବର୍ଷ ଲାଗିଯିବ । ତେବେ ରୁଷିଆ ସେନାକୁ ଜବାବ ଦେବାକୁ ଯାଇ ୟୁକ୍ରେନ ସେନା ପକ୍ଷରୁ କିଛି ସ୍ଥାନରେ ମାଟି ତଳେ ବି ବୋମା ଖଞ୍ଜା ଯାଇଥିଲା ଯାହା ଏବେ ଜୀବନ୍ତ ଅବସ୍ଥାରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?