ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର ପାଇଁ ଆଗ୍ରହୀ ୟୁକ୍ରେନ: ପୁଟିନ୍‌

ମସ୍କୋ,୧୩।୯: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉତ୍ତର କୋରିଆ ଶାସକ କିମ ଜୋଙ୍ଗ ଉନ୍‌ଙ୍କ ସହିତ ସାକ୍ଷାତ କରିବାର କିଛି ଘଣ୍ଟା ପୂର୍ବରୁ ଏକ ବଡ ବୟାନ ଦେଇଛନ୍ତି। ରାଷ୍ଟ୍ରପତି ପୁଟିନ କହିଛନ୍ତି, ଆମେରିକା ଏବଂ ବ୍ରିଟେନ ଆଣବିକ ଅସ୍ତ୍ର ଦ୍ୱାରା ଆକ୍ରମଣ ପାଇଁ ୟୁକ୍ରେନକୁ ଋଷିଆ ବିରୋଧରେ ଆକ୍ରୋଶମୂଳକ ଭାବେ ଉତ୍ତେଜିତ କରୁଛନ୍ତି। ନ୍ୟୁକ୍ଲିୟର ପ୍ଲାଣ୍ଟର ଗୁରୁତର କ୍ଷତି ଘଟାଇବାକୁ ୟୁକ୍ରେନ ଚେଷ୍ଟା କରିଛି। ଯଦି ଏପରି ହୁଏ ତେବେ ଋଷିଆ ମଧ୍ୟ ୟୁକ୍ରେନର ନ୍ୟୁକ୍ଲିୟର ପ୍ଲାଣ୍ଟ ଉପରେ ଆକ୍ରମଣ କରିବ। ପୂର୍ବ ଋଷିଆର ଭ୍ଲାଦିଭୋଷ୍ଟୋକରେ ଥିବା ଅର୍ଥନୈତିକ ଫୋରମରେ ରାଷ୍ଟ୍ରପତି ପୁଟିନ ଏନେଇ କହିଛନ୍ତି। ସେ ପାଶ୍ଚାତ୍ୟ ଦେଶ ଆଡକୁ ସୂଚାଇ ତାଙ୍କୁ ଚେତାବନୀ ଦେଇଛନ୍ତି।

ଜାପୋରିଜିଆ ନ୍ୟୁକ୍ଲିୟର ପ୍ଲାଣ୍ଟକୁ କ୍ଷତି ପହଞ୍ଚାଇବାକୁ ୟୁକ୍ରେନ ଯୋଜନା କରିଛି। ନ୍ୟୁକ୍ଲିୟର ପ୍ଲାଣ୍ଟକୁ ବିଦ୍ୟୁତ ଯୋଗାଣ ବନ୍ଦ କରିବା ପାଇଁ ୟୁକ୍ରେନ ସ୍ପେଶାଲ ଫୋର୍ସର ଏକ ଦଳ ମିଶନରେ ଥିଲେ। ସେମାନେ ଟ୍ରାନ୍ସମିସନ ଲାଇନକୁ ନଷ୍ଟ କରିବାକୁ ଚାହୁଁଥିଲେ କିନ୍ତୁ ଋଷିଆର ଏଜେନ୍ସି ଏଫଏସବି ସେମାନଙ୍କୁ ଠିକ୍‌ ସମୟରେ ଧରିଥିଲା ଏବଂ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା ବୋଲି ସେ କହିଛନ୍ତି।

ଜୁନ ୪-୫ରୁ ୟୁକ୍ରେନ ଦ୍ୱାରା ଆରମ୍ଭ ହୋଇଥିବା କାଉଣ୍ଟର ଆକ୍ରମଣରେ ଏପର୍ଯ୍ୟନ୍ତ ୭୧ହଜାର ୟୁକ୍ରେନ ସୈନିକ ନିହତ ହୋଇଛନ୍ତି। ସେହିପରି ୟୁକ୍ରେନର ୫୪୩ ଟ୍ୟାଙ୍କ ସମେତ ୧୮ହଜାରରୁ ଅଧିକ ଭାରୀ ଅସ୍ତ୍ର ନଷ୍ଟ ହୋଇଯାଇଛି ବୋଲି ପୁଟିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri