ୟୁକ୍ରେନ୍‌ ଯୁଦ୍ଧ ଅନ୍ତର୍ଜାତୀୟ ସମୁଦାୟ ପାଇଁ ଚିନ୍ତାର ବିଷୟ, ୟୁଏନଏସସିରେ ଭାରତର ମତ…

ଜେନେଭା, ୨୮।୯ : ୟୁକ୍ରେନ୍‌ ଯୁଦ୍ଧ ନେଇ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତ ନିଜର ମତ ରଖିଛି। ଭାରତ କହିଛି ଯେ, ଏହା ଅନ୍ତର୍ଜାତୀୟ ସମୁଦାୟ ପାଇଁ ଚିନ୍ତାର ବିଷୟ ପାଲଟିଛି। ମିଳିତ ଜାତିସଂଘର ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ ମଙ୍ଗଳବାର ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ୟୁକ୍ରେନ ବିବାଦ ଉପରେ ଭାରତର ପକ୍ଷ ଉପସ୍ଥାପନ କରିଛନ୍ତି।

ରୁଚିରା କାମ୍ବୋଜ କହିଛନ୍ତି ଯେ ୟୁକ୍ରେନ ବିବାଦର ପଥ ଅନ୍ତର୍ଜାତୀୟ ସମୁଦାୟ ପାଇଁ ଘୋର ଚିନ୍ତାର ବିଷୟ। ଶତ୍ରୁତାକୁ ତୁରନ୍ତ ବନ୍ଦ କରିବାକୁ ତଥା ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ଏହି ବିବାଦର ସମାଧାନର ଆବଶ୍ୟକତା ଉପରେ ଭାରତ ବାରମ୍ବାର ଆହ୍ବାନ କରୁଛି ବୋଲି ସେ କହିଛନ୍ତି।

କାମ୍ବୋଜ କହିଛନ୍ତି ଯେ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ଏସସିଓ ଶିଖର ସମ୍ମିଳନୀରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ମଧ୍ୟ ସ୍ପଷ୍ଟ ଭାବେ କହିଛନ୍ତି। ଆମେ ଦୃଢ଼ ଭାବରେ ବିଶ୍ୱାସ କରୁ ଯେ ବିଶ୍ୱର ବ୍ୟବସ୍ଥା ଅନ୍ତର୍ଜାତୀୟ ଆଇନ, ମିଳିତ ଜାତିସଂଘର ଚାଟର୍ର୍‌ ଏବଂ ଦେଶଗୁଡିକର ସାର୍ବଭୌମତ୍ୱ ତଥା ଆଞ୍ଚଳିକ ଅଖଣ୍ଡତା ଉପରେ ଆଧାରିତ ହେବା ଉଚିତ।

ସେ ଆହୁରି ମଧ୍ୟ କହିଛନ୍ତି ଯେ ୟୁକ୍ରେନ ବିବାଦକୁ ନେଇ ଭାରତର ଆଭିମୁଖ୍ୟ ମାନବ-କେନ୍ଦ୍ରିତ ହୋଇ ରହିବ, ଆମେ ଆର୍ଥିକ ସଙ୍କଟ ସମୟରେ ୟୁକ୍ରେନକୁ ଏବଂ ବିଶ୍ୱର ଦକ୍ଷିଣରେ ଥିବା ଆମର କିଛି ପଡ଼ୋଶୀଙ୍କୁ ମାନବିକ ସହାୟତା ପ୍ରଦାନ କରୁଛୁ। ଏହା ମଧ୍ୟ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri