ମସ୍କୋ ଉପରେ ୟୁକ୍ରେନର ଡ୍ରୋନ୍‌ ଆକ୍ରମଣ…

ମସ୍କୋ,୪।୭ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ କ୍ରମାଗତ ଭାବେ ଡ୍ରୋନ ଆକ୍ରମଣର ପ୍ରକ୍ରିୟା ଜାରି ରହିଛି। ଡ୍ରୋନ ମାଧ୍ୟମରେ ଉଭୟ ଦେଶ ପରସ୍ପର ଉପରେ ଆକ୍ରମଣ କରିବା ଜାରି ରଖିଛନ୍ତି। ମଙ୍ଗଳବାର ମସ୍କୋ ଉପରେ ୟୁକ୍ରେନ ପକ୍ଷରୁ ଡ୍ରୋନ ଆକ୍ରମଣ କରାଯାଇଛି। ଯେଉଁଥିରୁ ରୁଷିଆର ସେନା ନିଜକୁ ରକ୍ଷା କରିଛି। ଡ୍ରୋନ ଷ୍ଟ୍ରାଇକ ବିରୋଧରେ ପ୍ରତିରକ୍ଷା କର୍ତ୍ତୃପକ୍ଷଙ୍କୁ ସହରର ଏକ ବିମାନ ବନ୍ଦରକୁ ସାମୟିକ ଭାବେ ବନ୍ଦ କରିବାକୁ ବାଧ୍ୟ କରିଛି ବୋଲି ରୁଷିଆର ସୈନ୍ୟ ଅଧିକାରୀ କହିଛନ୍ତି।

ଗତ ମାସରେ ରୁଷିଆ ଉପରେ ମଧ୍ୟ ଏହି ପ୍ରକାର ଆକ୍ରମଣ କରାଯାଇଥିଲା। ୟୁକ୍ରେନ ଅଧିକାରୀମାନେ ରୁଷିଆର ଅଞ୍ଚଳ ଭିତରେ ହୋଇଥିବା ଆକ୍ରମଣ ଉପରେ ମନ୍ତବ୍ୟ ଦେବା ଠାରୁ ସର୍ବଦା ଦୂରେଇ ରହିଛନ୍ତି, ଯେପରି ଏଥର ମଧ୍ୟ ହୋଇଛି। ଏହି ଆକ୍ରମଣ ପାଇଁ ଦାୟୀ ଥିବା ନେଇ ୟୁକ୍ରେନ କର୍ତ୍ତୃପକ୍ଷ ଦାବି କରି ନାହାଁନ୍ତି।

ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ମସ୍କୋ ଉପକଣ୍ଠରେ ବାୟୁ ପ୍ରତିରକ୍ଷା ଦ୍ୱାରା ପାଞ୍ଚଟି ଡ୍ରୋନ ମଧ୍ୟରୁ ଚାରିଟିକୁ ଗୁଳି କରି ଖସା ଯାଇଥିଲା ଏବଂ ପଞ୍ଚମଟି ଇଲେକ୍ଟ୍ରୋନିକ ଯୁଦ୍ଧ ଦ୍ୱାରା ଅକାମୀ ହୋଇଯାଇଥିଲା।

ମସ୍କୋ ମେୟର ସରୋଜ ସୋବିୟାନିନ କହିଛନ୍ତି ଡ୍ରୋନ ଷ୍ଟ୍ରାଇକରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଏହି ଡ୍ରୋନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷ ମସ୍କୋର ଭ୍ନୁକୋଭୋ ବିମାନବନ୍ଦରରେ ବିମାନକୁ ସାମୟିକ ଭାବେ ବନ୍ଦ କରିବା ସହ ମସ୍କୋର ଅନ୍ୟ ବିମାନ ବନ୍ଦରକୁ ବିମାନ ଚଳାଚଳ ବନ୍ଦ କରିଦେଇଥିଲେ। ତେବେ ଡ୍ରୋନ ଷ୍ଟ୍ରାଇକ ପରେ ଏହି ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri