ଭାରତ ସହ ଅନ୍ୟ ୪ ଦେଶର ରାଷ୍ଟ୍ରଦୂତଙ୍କୁ ବରଖାସ୍ତ କଲେ ଜେଲେନସ୍କି

କିଭ୍‌,୧୦।୭: ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଭାରତ ସମେତ ୫ ରାଷ୍ଟ୍ରର ରାଷ୍ଟ୍ରଦୂତଙ୍କୁ ସେ ବରଖାସ୍ତ କରିଛନ୍ତି। ଶନିବାର ୟୁକ୍ରେନ ରାଷ୍ଟ୍ରପତିଙ୍କ ୱେବସାଇଟରୁ ଏନେଇ ସୂଚନା ମିଳିଛି। କୌଣସି କାରଣ ନ ଦର୍ଶାଇ ଜର୍ମାନୀ, ଭାରତ, ଚେକ ରିପବ୍ଲିକ୍‌, ନରୱେ ଏବଂ ହଙ୍ଗେରୀରେ ଅବସ୍ଥାପିତ ନିଜ ଦେଶର ରାଷ୍ଟ୍ରଦୂତଙ୍କୁ ୟୁକ୍ରେନ ବରଖାସ୍ତ କରିଛି। ତେବେ ବରଖାସ୍ତ ହୋଇଥିବା ରାଷ୍ଟ୍ରଦୂତମାନଙ୍କୁ କେଣସି ନୂଆ ଦାୟିତ୍ୱ ଦିଆଯିବ କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ।

ଫେବୃୟାରୀ ୨୪ରୁ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି ରୁଷିଆ। ଛୋଟ ଦେଶ ହୋଇଥିଲେ ହେଁ ଆମେରିକା ଏବଂ କିଛି ୟୁରୋପୀୟ ଦେଶର ସହାୟତାରେ ୟୁକ୍ରେନ ଭଳି ଛୋଟିଆ ଦେଶ ରୁଷିଆ ସହ ଲଢ଼ି ଚାଲିଛି। ଅନ୍ୟ ଦେଶରେ ଥିବା ରାଷ୍ଟ୍ରଦୂତମାନଙ୍କୁ ସେହି ଦେଶରୁ ସାମରିକ ସହଯୋଗ ପାଇଁ ଆବେଦନ କରିବାକୁ ଜେଲେନସ୍କି ଅନୁରୋଧ କରିଛନ୍ତି।

ଭାରତ ବିଷୟରେ ଚିନ୍ତା କଲେ ରୁଷିଆର ଆକ୍ରମଣକୁ ଖୋଲାଖୋଲି ବିରୋଧ କରି ନ ଥିବା ଦେଶ ମଧ୍ୟରେ ଭାରତ ଅନ୍ୟତମ। ମିଳିତ ଜାତିସଂଘରେ ରୁଷ ବିରୋଧରେ ଆସିଥିବା ସଂକଳ୍ପ ଉପରେ ମଧ୍ୟ ଭାରତ ଅଂଶଗ୍ରହଣ କରିନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri